Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ଧର୍ମେନ୍ଦ୍ରଙ୍କୁ ପ୍ରଧାନମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ ଦାୟିତ୍ବ

4/01/2020 at 3:20 PM

ନୂଆଦିଲ୍ଲୀ ୪/୧: ନାଗରିକତା ଅଧିକାର ସଂଶୋଧନ ଆଇନ୍(ସିଏଏ)କୁ ନେଇ ବିଜେପି ଚଳିତ ମାସ ୫ତାରିଖରୁ ଘର ଘର ସମ୍ପର୍କ ଅଭିଯାନ ଆରମ୍ଭ କରିବାକୁ ଯାଉଥିବାବେଳେ କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିର୍ବାଚନମଣ୍ଡଳୀ ବାରଣାସୀର ଦାୟିତ୍ବ ଦିଆଯାଇଛି। ଅର୍ଥାତ୍ ସିଏ ବାରଣାସୀର ବିଭିନ୍ନ ଅଞ୍ଚଳରେ ଲୋକଙ୍କ ପାଖକୁ ଯାଇ ସେମାନଙ୍କୁ ଉକ୍ତ ଆଇନ୍ ସମ୍ପର୍କରେ ସଚେତନ କରିବେ ଏବଂ ଏହା ନେଇ ଥିବା ଭ୍ରାନ୍ତ ଧାରଣାକୁ ଦୂର କରିବା ପାଇଁ ଉଦ୍ୟମ କରିବେ।

୫ତାରିଖରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ନୂଆଦିଲ୍ଲୀରେ ବିଜେପିର ଏହି ଅଭିଯାନର ଶୁଭାରମ୍ଭ କରିବେ। ଏହା ପରେ ଦୂର କାର୍ଯ୍ୟକାରୀ ଅଧ୍ୟକ୍ଷ ଜେ ପି ନଡ୍ଡା ଗାଜିଆବାଦରେ,ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଲକ୍ଷ୍ନୌରେ,କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କାରୀ ନାଗପୁରରେ,ଡି ସଦାନନ୍ଦ ଗୌଡ଼ା ବେଙ୍ଗାଲୁରୁରେ,କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଜୟପୁରରେ,ରବିଶଙ୍କର ପ୍ରସାଦ ଫରିଦାବାଦରେ,ଥାଓ୍ବର ଚନ୍ଦ ଗେହଲୋତ ରାୟପୁରରେ, ଅର୍ଜ୍ଜୁନ ମୁଣ୍ଡା ଜାମସେଦପୁରରେ ଏବଂ ପୀୟୁଷ ଗୋୟଲ ମୁମ୍ବାଇରେ ଏହି ଅଭିଯାନ ଚଳାଇବେ।

   Related Posts