Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର : ଆଜିଠାରୁ ୧୫ ଦିନ ସମ୍ବଲପୁର ବାର୍ ବନ୍ଦ, କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ନିଷ୍ପତ୍ତି
  • ||
  • ସୋର : ସରିଥିଲା ନିର୍ବନ୍ଧ, ହେଲେ ପଡିପାରିଲାନି ହାତଗଣ୍ଠି, ଶେଷରେ କାହିଁକି ଝୁଲିପଡିଲେ ଯୁବତୀ ?
  • ||
  • ବାରଙ୍ଗ : ନନ୍ଦନକାନନରୁ ଇନ୍ଦୋର ଯାଉଛନ୍ତି ୧୩ ଜୀବଜନ୍ତୁ, ଧଳା ବାଘୁଣୀ ଓ କଳା ବାଘ ସାମିଲ
  • ||
  • ସୋର : ରୂପା ରାଧାକୃଷ୍ଣ ମୂର୍ତ୍ତି ନେଇଗଲେ ଚୋର, ସୁନା-ରୂପା ଅଳଙ୍କାର ବି ଲୁଟ୍
  • ||
  • କଟକ : କୁମ୍ଭମେଳା ଫେରନ୍ତା ୧୩ଜଣ କରୋନା ପଜିଟିଭ୍, ରେଳ ଯାତ୍ରୀଙ୍କ ରିପୋର୍ଟ ଯାଞ୍ଚ କଡାକଡି
  • ||
  • ଆଠମଲ୍ଲିକ : ଜଳ ପ୍ରକଳ୍ପ ସ୍ଥାନାନ୍ତର ପ୍ରତିବାଦ, ଉପଜିଲ୍ଲାପାଳ ଅଫିସ ସମ୍ମୁଖରେ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ
  • ||
  • ପୁରୀ : ସ୍ବଳ୍ପ ସଂଖ୍ୟକ ବ୍ୟକ୍ତିଙ୍କୁ ନେଇ ହେବ ପୁରୀର ପ୍ରସିଦ୍ଧ ସାହିଯାତ, କୋଭିଡ୍ କଟକଣା ଉପରେ ରହିବ ନଜର
  • ||
  • ମାଲକାନଗିରି : ପୋଲିସ-ନକ୍ସଲ ଗୁଳିବିନମୟ : ଜଣେ ନିହତ, ମୁଣ୍ଡ ଉପରେ ୫ଲକ୍ଷ ଟଙ୍କାର ପୁରସ୍କାର
  • ||
  • ତେଲକୋଇ : ମହୁଲ ବୋଝେଇ ମିନିଟ୍ରକ୍ ଜବତ, ଜଣେ ଅଟକ
  • ||
  • ସ୍ବଳ୍ପ ସଂଖ୍ୟକ ବ୍ୟକ୍ତିଙ୍କୁ ନେଇ ହେବ ପୁରୀର ପ୍ରସିଦ୍ଧ ସାହିଯାତ, କୋଭିଡ୍ କଟକଣା ଉପରେ ରହିବ ନଜର
  • ||

ପୁରୀ ଗଜପତିଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି, ରାମ ମନ୍ଦିର ପରି ଶ୍ରୀଜଗନ୍ନାଥଙ୍କ ପାଇଁ ଆରମ୍ଭ ହେଉ ସମର୍ପଣ ନିଧି ସଂଗ୍ରହ ଅଭିଯାନ

5/03/2021 at 7:39 PM

ଭୁବନେଶ୍ଵର ୦୫।୦୩: ପୁରୀ ଗଜପତି ଦିବ୍ୟସିଂହ ଦେବଙ୍କୁ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଇଁ ଗଜପତି ମହାରାଜଙ୍କ ମାର୍ଗଦର୍ଶନରେ ସମର୍ପଣ ନିଧି ସଂଗ୍ରହ ଅଭିଯାନ ଭଳି ଏକ ବ୍ୟବସ୍ଥା କରିବା ପାଇଁ ପତ୍ର ଲେଖି ସହଯୋଗ ଲୋଡ଼ିଛନ୍ତି ଧର୍ମେନ୍ଦ୍ର ।  ଏଭଳି ବ୍ୟବସ୍ଥା ହେଲେ ସମଗ୍ର ବିଶ୍ବର ହିନ୍ଦୁ ବିଶେଷ କରି ସାଢ଼େ ୪ କୋଟି ଓଡ଼ିଆ ମନଖୋଲି ମହାପ୍ରଭୁଙ୍କୁ ଦାନ କରିବାର ସୁଯୋଗ ପାଇପାରନ୍ତେ ବୋଲି ଧର୍ମେନ୍ଦ୍ର ଚିଠିରେ ଉଲ୍ଲେଖ କରିଛନ୍ତି ।

ସାରା ଦେଶରେ ଜାରି ରହିଛି ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ନିଧି ସଂଗ୍ରହ ଅଭିଯାନ । ରାଷ୍ଟ୍ରପତିଙ୍କ ଠାରୁ ଆରମ୍ଭ କରି ଦେଶର ସାଧାରଣ ଜନତା ରାମମନ୍ଦିର ପାଇଁ ଅର୍ଥଦାନ କରୁଛନ୍ତି।  ଶ୍ରୀଜଗନ୍ନାଥଙ୍କ ପାଇଁ ମଧ୍ୟ ଅନୁରୂପ ଅଭିଯାନ ଆରମ୍ଭ କରିବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୁରୀ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ। 

ପୁରୀ ଶ୍ରୀମନ୍ଦିରର ବିକାଶ କରିବା ପାଇଁ ପରିକ୍ରମା ଓ ଅନ୍ୟାନ୍ୟ ଯୋଜନା କାର୍ଯ୍ୟକାରୀ ହେଉଥିବା ବେଳେ ଶ୍ରୀଜଗନ୍ନାଥଙ୍କ ମହତ କାର୍ଯ୍ୟରେ ଶ୍ରମଦାନ କିମ୍ବା ଅର୍ଥଦାନ ମାଧ୍ୟମରେ ବିଶ୍ବର ସମଗ୍ର ହିନ୍ଦୁ ସମାଜ, ବିଶେଷ ଭାବେ ସାଢେ ୪ କୋଟି ଓଡି଼ଆଙ୍କୁ ସାମିଲ କରିବା ଲାଗି ସେ ଇଚ୍ଛା ରଖିଛନ୍ତି । ତେଣୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଇଁ ଏହି ବିଶାଳ ଧନ ସଂଗ୍ରହ ଅଭିଯାନର ସହଯୋଗର ପ୍ରକ୍ରିୟାକୁ ଜନଆନ୍ଦୋଳନ ଭାବରେ ପରିଣତ କରିବା ଏବଂ ଲୋକଙ୍କୁ ଏଥିରେ ଭାଗିଦାରୀ କରିବା ପାଇଁ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଭାବରେ ଦିବ୍ୟସିଂହ ଦେବଙ୍କୁ ଅନୁରୋଧ କରିଛନ୍ତି ଧର୍ମେନ୍ଦ୍ର ।

ଏହି ଚିଠିରେ ପ୍ରଧାନ ଉଲ୍ଲେଖ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସର୍ବଦା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ସମ୍ମାନ ଏବଂ ଭକ୍ତିଭାବ ପ୍ରକାଶ କରି ଆସୁଛନ୍ତି । ତେଣୁ ଏଭଳି ପବିତ୍ର ପ୍ରଚେଷ୍ଟାକୁ ବଡ ସଫଳତାର ରୂପ ଦେବା ପାଇଁ ଭାରତ ସରକାର ଆଇନଗତ ଏବଂ ନୀତିଗତ ଭାବରେ ସମସ୍ତ ଆନୁଷଙ୍ଗିକ ସହାୟତା ପ୍ରଦାନ କରିବା ପାଇଁ ଇଚ୍ଛୁକ ଅଛନ୍ତି। ତେବେ ପ୍ରସ୍ତାବିତ ଅଭିଯାନ ପାଇଁ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ମଧ୍ୟରେ ସମନ୍ବୟ ଅତ୍ୟନ୍ତ ଜରୁରୀ । ଏଥିପାଇଁ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଭାବେ ଭାରତ ସରକାର ଏବଂ ଓଡିଶା ସରକାରଙ୍କ ମଧ୍ୟରେ ସମ୍ପର୍କର ସେତୁ ସାଜିବା ଏବଂ ସମନ୍ବୟ ରକ୍ଷା କରିବା ପାଇଁ ଧର୍ମେନ୍ଦ୍ର ଗଜପତି ମହାରାଜାଙ୍କୁ ଅନୁରୋଧ କରିଛନ୍ତି ।

ଗୋଟିଏ ପଟେ ଶ୍ରୀମନ୍ଦିର ଚାରିପଟେ ଜାରି ରହିଛି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ନିକଟରେ ପୁରୀ ଯାଇ  ଶ୍ରୀମନ୍ଦିରର ବିକାଶ ପାଇଁ ନିଜ ଦରମାରୁ ୧ ଲକ୍ଷର ସହଯୋଗ ରାଶି ଶ୍ରୀମନ୍ଦିର ପ୍ରଶାସନକୁ ପ୍ରଦାନ କରିଥିଲେ । ତେଣୁ କେନ୍ଦ୍ର-ରାଜ୍ୟ ସହଯୋଗ ଭିତରେ ପୁରୀର ଉନ୍ନତି ପାଇଁ ଏବେ ପ୍ରକ୍ରିୟା ତ୍ବରାନ୍ବିତ ହୋଇଛି। 

   Related Posts