Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

ଢେଙ୍କାନାଳରେ ଭାରତ ବନ୍ଦର ଆଂଶିକ ପ୍ରଭାବ, ଅଧା ଦୋକାନ-ବଜାର ଖୋଲା

27/09/2021 at 2:10 PM

ଢେଙ୍କାନାଳ, ୨୭।୦୯ :  କେନ୍ଦ୍ର କୃଷି ବିଲକୁ ପ୍ରତ୍ୟାହାର ଦାବିରେ ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ଭାରତ ବନ୍ଦ ଡ଼ାକରାରେ ଢେଙ୍କାନାଳରେ ଆଂଶିକ ପ୍ରଭାବ ପଡିଛି । ସକାଳ ୬ଟାରୁ ଅପରାହ୍ନ ୩ଟା ଯାଏ ୧୦ଘଣ୍ଟିଆ ବନ୍ଦ ଡାକରାରେ କଂଗ୍ରେସ କର୍ମୀମାନେ ସାମିଲ ହୋଇଥିବା ଦେଖାଯାଇଛି ।

କର୍ମୀମାନେ କଟକ-ସମ୍ବଲପୁରକୁ ଯୋଗାଯୋଗ କରୁଥିବା ୫୫ ନମ୍ବର ଜାତୀୟ ରାଜପଥର ଢେଙ୍କାନାଳ କଲେଜ ବାଏପାସ , ସିମିନଇ ଛକ, କୋରିଆଁ ଛକ ଆଦି ସ୍ଥାନରେ ରାସ୍ତାରୋକ କରିଥିଲେ । ନବନିର୍ମାଣ କୃଷକ ସଙ୍ଗଠନର କର୍ମକର୍ତ୍ତା ଏଥିରେ ସାମିଲ ହୋଇଥିଲେ।

ବନ୍ଦ ଫଳରେ ରାଜପଥରେ ଗାଡ଼ି ଚଳାଚଳ ସମ୍ପୂର୍ଣ ଠପ୍ ହୋଇଯାଇଥିଲା । ଏପଟେ ଆନ୍ଦୋଳନକାରୀମାନେ ଢେଙ୍କାନାଳ ସହରରେ ପିକେଟିଂ କରି ସରକାରୀ କାର୍ଯ୍ୟାଳୟ ଓ ଦୋକାନ ବଜାର ବନ୍ଦ କରୁଥିବା ଦେଖାଯାଇଥିଲା । ଫଳରେ ସମ୍ପୂର୍ଣ୍ଣ ନହେଲେ ମଧ୍ୟ କିଛି ମାତ୍ରାରେ ଦୋକାନ ବଜାର ଓ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିଥିଲା ।  ଆନ୍ଦୋଳନରେ ବିଭିନ୍ନ କୃଷକ ସଙ୍ଗଠନ, କିଷାନ କଂଗ୍ରେସ ଓ କଂଗ୍ରେସ କର୍ମୀମାନେ ସାମିଲ ଥିଲେ ।

   Related Posts