Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୮ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨ଶହ ଅତିକ୍ରମ କଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୭୯୩ କରୋନା ସଂକ୍ରମିତ, ୨୭୭୮୮୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • କେନ୍ଦ୍ରାପଡାରେ ଘରେ ପଶି ଲୁଟିଲେ, କଟୁରୀରେ ହାଣି ଖସିଗଲେ, ସ୍ବାମୀ-ସ୍ତ୍ରୀ ଗୁରୁତର
  • ||
  • ବାଲେଶ୍ବର ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଅଫିସ୍‌ରୁ ଜବତ ହେଲା ୯ଟି ଟଙ୍କା ଭର୍ତ୍ତି ଲଫାପା, ବାନ୍ଧିନେଲା ଭିଜିଲାନ୍ସ
  • ||
  • ପାଟଣାରେ ଭାରସାମ୍ୟ ହରାଇ ପଥରରେ ପିଟି ହେଲା ବାଇକ୍, ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ
  • ||
  • ବାଲିଅନ୍ତାରେ ଜୁଆ ଆଡ୍ଡା ଉପରେ ଚଢାଉ, ୩ ଗିରଫ
  • ||
  • ଚାନ୍ଦବାଲିରେ ଟ୍ରେନ୍ ଲାଇନ୍‌ରୁ ମିଳିଲା ନାବାଳକଙ୍କ ମୃତଦେହ
  • ||
  • ପୁରୀରେ ୪ ବ୍ରାଉନସୁଗାର ବେପାରୀ ଗିରଫ, ୫.୩୨ ଗ୍ରାମ୍ ବ୍ରାଉନସୁଗାର ଜବତ
  • ||
  • ଅନୁଗୋଳରେ କଣ୍ଟେନର-ଟ୍ରକ୍ ମୁହାଁମୁହିଁ ଧକ୍କା, ଟ୍ରକ୍ ଚାଳକ ମୃତ
  • ||
  • ଷ୍ଟାଫ୍‌ନର୍ସ ମୌସୁମୀ ମିଶ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ସହକର୍ମୀ କହିଲେ, ‘ତାଙ୍କୁ ହତ୍ୟା କରାଯାଛି’
  • ||

ଢେଙ୍କାନାଳ ପୌରାଞ୍ଚଳ ଅପରାହ୍ନ ୨ଟା ପରଠାରୁ ସଟ୍ ଡାଉନ୍, ଆସନ୍ତା ୧୫ତାରିଖ ଯାଏଁ ରହିବ ବଳବତ୍ତର

1/10/2020 at 4:29 PM

ଢେଙ୍କାନାଳ ୧।୧୦: ଢେଙ୍କାନାଳ ପୌରାଞ୍ଚଳରେ କରୋନା ସଂକ୍ରମଣ ରୋକିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସଟ୍ ଡାଉନ୍ ଘୋଷଣା କରାଯାଇଛି । ଅକ୍ଟୋବର ୨ତାରିଖରୁ ଆସନ୍ତା ୧୫ତାରିଖ ଯାଏଁ ଢେଙ୍କାନାଳ ପୌରାଞ୍ଚଳକୁ ପ୍ରତ୍ୟେକ ଦିନ ଅପରାହ୍ନ ୨ଟା ପରଠାରୁ ସଟ୍ ଡାଉନ୍ ଘୋଷଣା କରାଯାଇଛି । କେବଳ ଔଷଧ ଦୋକାନ ଉପରେ ଏହି କଟକଣା କୋହଳ କରାଯାଇଛି । ଏହାକୁ ଅମାନ୍ୟ କଲେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବା ସାଙ୍ଗକୁ ଜରିମନା ଆଦାୟ କରାଯିବ ବୋଲି ଘୋଷଣା ହୋଇଛି ।

ସହରରେ ସଂକ୍ରମଣ ବଢ଼ୁଥିବାରୁ ଜିଲ୍ଲା ବାଣିଜ୍ୟ ପ୍ରତିଷ୍ଠାନର ପ୍ରସ୍ତାବ କ୍ରମେ ଜିଲ୍ଲାପାଳ ପୌରାଞ୍ଚଳକୁ ସଟ୍ ଡାଉନ୍ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଫଳରେ ପୌରସଂସ୍ଥା ପକ୍ଷରୁ ସ୍ବତନ୍ତ୍ର ଡାକବାଜି ଯନ୍ତ୍ର ମାଧ୍ୟମରେ ଏହି ସଟ୍ ଡାଉନ୍ ଘୋଷଣା କରାଯିବ ବୋଲି ଜନସାଧାରଣମାନଙ୍କୁ ସଚେତନ କରିବା ପାଇଁ ପ୍ରଚାର କରାଯାଉଥିବା ପ୍ରକାଶ କରିଛନ୍ତି ପୌରନିର୍ବାହୀ ଅଧିକାରୀ ।

   Related Posts