Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଣତନ୍ତ୍ର ଦିବସ ପୂର୍ବରୁ ଦିଲ୍ଲୀ ପୋଲିସକୁ ବଡ ଧରଣର ସଫଳତା, ଅବୈଧ ଅସ୍ତ୍ରଶସ୍ତ୍ର ସହ ୨ଜଣ ଗିରଫ
  • ||
  • ଗଣତନ୍ତ୍ର ଦିବସରେ ୩୮୪ଜଣଙ୍କୁ ମିଳିବ ବୀରତା ପୁରସ୍କାର, ଘୋଷଣା କଲେ ରାଷ୍ଟ୍ରପତି
  • ||
  • ୟୁପି ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା : ଇସ୍ତଫା ଦେଲେ ଆରପିଏନ୍ ସିଂହ, ବିଜେପିରେ ହେବେ ସାମିଲ୍
  • ||
  • ଫୁଟବଲ ମ୍ୟାଚ୍ ଦେଖିବା ପାଇଁ ଦଳାଚକଟା : ୬ ମୃତ, ୫୦ରୁ ଅଧିକ ଗୁରୁତର
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||

ଦିଗପହଣ୍ଡିର ଚୌଧରୀ ଟିକରପଡା ପଞ୍ଚାୟତ ସଟଡାଉନ୍, ମହାରାଷ୍ଟ୍ର ଫେରନ୍ତା ପଜିଟିଭ୍ ଚିହ୍ନଟ ପରେ ଅବରୋଧ କଲା ପ୍ରଶାସନ

28/05/2020 at 9:08 PM

ଦିଗପହଣ୍ଡି, ୨୮|୦୫:  କୋଭିଡ-୧୯ ପରିପ୍ରେକ୍ଷୀରେ ସାମାଜିକ ଦୂରତ୍ୱ ବଜାୟ ରଖିବା ଏବଂ ମାସ୍କ ପରିଧାନ କରିବା ନେଇ ଗଞ୍ଜାମ ଜିଲ୍ଲା ପ୍ରଶାସନ ତୀକ୍ଷ୍ଣ ନଜର ରଖିଛି । ଏହାକୁ ଅଧିକ କଡାକଡି କରିବା ପାଇଁ ଗୁରୁବାର ଦିଗପହଣ୍ଡି ବ୍ଳକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ସରପଞ୍ଚ ସଂଯୁକ୍ତା ଚଣ୍ଡଙ୍କ ଅନୁରୋଧ କ୍ରମେ ସମଗ୍ର ପଞ୍ଚାୟତକୁ ସନ୍ଧ୍ୟାରେ ପ୍ରଶାସନ ପକ୍ଷରୁ ସଟଡାଉନ୍ ଘୋଷଣା କରାଯାଇଛି।

ପଞ୍ଚାୟତ ଅଧୀନ ବିଭିନ୍ନ ଗ୍ରାମର ସଙ୍ଗରୋଧ କେନ୍ଦ୍ର ରେ ଥିବା କିଛି ମହାରାଷ୍ଟ୍ର ଫେରନ୍ତା ପ୍ରବାସୀ ଓଡ଼ିଆଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପରେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲା । ଏହାପରେ ଏଭଳି ପଦକ୍ଷେପ ନିଆଯାଇଥିବା ଦିଗପହଣ୍ଡି ଏକଜିକ୍ୟୁଟିଭ  ମାଜିଷ୍ଟ୍ରେଟ୍   ତଥା ତହସିଲଦାର ଅଦ୍ଵୈତ କୁମାର ସ୍ବାଇଁ ସୂଚନା ଦେଇଛନ୍ତି।

ଦିଗପହଣ୍ଡି  ବିଡିଓ ହଳଧର ଶବର, କୋଭିଡ ୧୯ ନୋଡାଲ ଅଧିକାରୀ ରାଜ କିଶୋର ନାୟକ, ଚିକିଟି ଏସଡିପିଓ ସୁରେନ୍ଦ୍ର ନାଥ ମୁର୍ମୁ, କେ. ନୂଆଗାଁ ଥାନା ଆଇ ଆଇ ସି ମାଧବାନନ୍ଦ ନାୟକ ପ୍ରମୁଖ ସଂମ୍ପୃକ୍ତ ଅଞ୍ଚଳରେ ପହଞ୍ଚି ସମଗ୍ର ପଞ୍ଚାୟତକୁ  ଏକ ସପ୍ତାହ ବ୍ୟାପୀ ସଟଡାଉନ୍ ଘୋଷଣା କରିଥିବା ଜଣାପଡିଛି। ପଞ୍ଚାୟତ ଅଧୀନ ସମସ୍ତ ଗାଁରେ ଘରୁ ନବାହାରିବା ପାଇଁ ମାଇକ ଯୋଗେ ପ୍ରଚାର କରାଯାଇଛି। ସମ୍ପୃକ୍ତ ଅଞ୍ଚଳକୁ କଣ୍ଟ୍ରୋଲ ଜୋନ୍ କରିବା ନିମନ୍ତେ ସ୍ଥାନୀୟ ପ୍ରଶାସନିକ ଅଧିକାରୀଙ୍କ ପକ୍ଷରୁ ବିଚାର ବିମର୍ଶ ଜାରି ରହିଛି। 

   Related Posts