Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ଦିଲୀପ ରାୟଙ୍କ ଦଣ୍ଡାଦେଶକୁ ସସପେଣ୍ଡ୍ କଲେ ଦିଲ୍ଲୀ ହାଇକୋର୍ଟ : କୋଇଲା ଦୁର୍ନୀତି ମାମଲାରେ ସିବିଆଇ କୋର୍ଟ ଦେଇଥିଲେ ୩ ବର୍ଷ ଜେଲ୍

27/10/2020 at 6:40 PM

ଭୁବନେଶ୍ୱର, ୨୭|୧୦:    ଦିଲୀପ ରାୟଙ୍କୁ ବଡ ଆଶ୍ୱସ୍ତି । ସ୍ୱତନ୍ତ୍ର ସିବିଆଇ କୋର୍ଟର ଦଣ୍ଡାଦେଶକୁ ସସପେଣ୍ଡ କଲେ ଦିଲ୍ଲୀ ହାଇକୋର୍ଟ । ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ସିବିଆଇ କୋର୍ଟ ଦେଇଥିବା ୩ ବର୍ଷର ଜେଲଦଣ୍ଡକୁ ସସପେଣ୍ଡ କରିଛନ୍ତି । ସୂଚନାଯୋଗ୍ୟ, ୧୯୯୯ ଝାଡଖଣ୍ଡ କୋଲ୍ ବ୍ଲକ୍ ବଣ୍ଟନରେ ଅନିୟମିତତା ଅଭିଯୋଗରେ ସୋମବାର ସିବିଆଇ କୋର୍ଟ ଦିଲୀପଙ୍କୁ ଜେଲଦଣ୍ଡ ଶୁଣାଇଥିଲେ । ଜେଲ୍ ଦଣ୍ଡ ଶୁଣାଯିବାର କିଛି ସମୟ ପରେ ଦିଲୀପଙ୍କୁ ଜଣେ ଜାମିନଦାର ଓ ୧ ଲକ୍ଷ ଟଙ୍କାର ମୁଚାଲିକା ବଦଳରେ ସ୍ପେଶାଲ ସିବିଆଇ କୋର୍ଟ ଜାମିନ ପ୍ରଦାନ କରିଥିଲେ ।

ସୂଚନାନୁସାରେ, ୧୯୯୯ ମସିହାରେ ଝାଡଖଣ୍ଡର ଗିରିଡିହ ସ୍ଥିତ ବ୍ରହ୍ମାଡିଆ କୋଇଲା ଖଣି ଆବଣ୍ଟନରେ ହୋଇଥିବା ଅନିୟମିତତା ମାମଲାରେ ଦିଲୀପଙ୍କ ସମେତ ୪ ଜଣ ଦୋଷୀ ସାବ୍ୟସ୍ତ ହୋଇଥିଲେ । ଅକ୍ଟୋବର ୬ ତାରିଖରେ ସ୍ବତନ୍ତ୍ର ସିବିଆଇ କୋର୍ଟ ଏମାନଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ । ଅକ୍ଟୋବର ୧୪ ତାରିଖରେ ସ୍ବତନ୍ତ୍ର ସିବିଆଇ କୋର୍ଟରେ ସିବିଆଇ ଓ ଅଭିଯୁକ୍ତମାନଙ୍କର ଓକିଲମାନଙ୍କ ପକ୍ଷରୁ ଦଣ୍ଡବିଧାନକୁ ନେଇ ଯୁକ୍ତି ଉପସ୍ଥାପନ କରାଯାଇଥିଲା।

ସିବିଆଇ ଓକିଲ ଅଭିଯୁକ୍ତମାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିବା ପାଇଁ ଯୁକ୍ତି ବାଢ଼ିଥିଲେ ଏବଂ ପ୍ରତିପକ୍ଷଙ୍କ ଆଇନଜୀବୀମାନେ ଅଭିଯୁକ୍ତଙ୍କ ବୟସ ତଥା ପୂର୍ବରୁ କୌଣସି ଅପରାଧିକ ରେକର୍ଡ ନଥିବା କାରଣରୁ ସେମାନଙ୍କ ବିରୋଧରେ କୋହଳ ଦଣ୍ଡ ଘୋଷଣା କରିବାକୁ ନିବେଦନ କରିଥିଲେ । ସିବିଆଇ ସ୍ବତନ୍ତ୍ର କୋର୍ଟର ବିଚାରପତି ଭରତ ପରାସର ଉଭୟ ପକ୍ଷକୁ ଶୁଣିବା ପରେ ରାୟକୁ ସଂରକ୍ଷିତ ରଖିବା ସହିତ ସମସ୍ତ ଦୋଷୀଙ୍କୁ କୋର୍ଟରେ ଉପସ୍ଥିତ ପାଇଁ ନିର୍ଦ୍ଦେଶ ଦେଇଥିଲେ ।

ଏମାନଙ୍କ ବ୍ୟତୀତ ଝାଡ଼ଖଣ୍ଡର ମାମଲାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ମଧୁ ଖେଡାଙ୍କୁ ଦୋଷୀ ସାବ୍ୟସ୍ତ ସହ ୩ବର୍ଷ ଜେଲ ଏବଂ ୨୫ ଲକ୍ଷ ଟଙ୍କା ଜରିମନା କରାଯାଇଥିଲା । ସେହିପରି ପୂର୍ବତନ ଖଣି ସଚିବ ଏଚ ସି ଗୁପ୍ତାଙ୍କୁ ମଧ୍ୟ ୩ ବର୍ଷ ଜେଲ ଓ ୧ ଲକ୍ଷ ଟଙ୍କା ଜରିମନା କରାଯାଇଥିଲା ।

   Related Posts