ମୟୁରଭଞ୍ଜ ଜିଲ୍ଲା ପ୍ରଶାସନ ପକ୍ଷରୁ ଦିଶା ବୈଠକ ଅନୁଷ୍ଠିତ, ଯୋଗଦେଲେ କେନ୍ଦ୍ରମନ୍ତ୍ରୀ

Published By : Prameya-News7 Bureau | October 16, 2021 IST

ମୟୁରଭଞ୍ଜ, ୧୬/୧୦: ମୟୁରଭଞ୍ଜ ଜିଲ୍ଲା ପ୍ରଶାସନ ପକ୍ଷରୁ ବାରିପଦାର ପ୍ରୟାସ ସମ୍ମିଳନୀ କକ୍ଷରେ ଦିଶା ବୈଠକ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ତଥା ମୟୁରଭଞ୍ଜ ସାଂସଦ ଇଂ ବିଶେଶ୍ଵର ଟୁଡୁଙ୍କ ଉପସ୍ଥିତରେ ଜିଲ୍ଲାର ସମସ୍ତ ବିଧାୟକ, ଜିଲ୍ଲାପାଳ, ପିଡ଼ି ଡ଼ିଆରଡିଏ, ଅତିରିକ୍ତ ଜିଲ୍ଲାପାଳ ଏବଂ ଅନ୍ୟାନ୍ୟ ଜିଲ୍ଲା ପ୍ରଶାସନର ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ଏହି ବୈଠକରେ ଯୋଗ ଦେଇଥିଲେ ।

ଜିଲ୍ଲାରେ ବିଭିନ୍ନ ପ୍ରକଳ୍ପର କାର୍ଯ୍ୟକାରିତା ଯଥା ମନୋରେଗା, ପାନୀୟ ଜଳ, ରାସ୍ତା, ନିଯୁକ୍ତି ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ଆଲୋଚନା କରାଯାଇଥିଲା । ଏହି ବୈଠକରେ କେନ୍ଦ୍ର ମନ୍ତ୍ରୀ ଇଂ ବିଶେଶ୍ଵର ଟୁଡୁ ସମସ୍ତ ଅଫିସରଙ୍କ ଉପରେ ବିରକ୍ତି ପ୍ରକାଶ କରିବା ସହ ସଠିକ୍ ଭାବରେ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.