Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ର : ଭାରସାମ୍ୟ ହରାଇ ୩୦ ଫୁଟ ଖାଇକୁ ଖସିଲା ବସ୍, ୫ ଜଣଙ୍କ ମୃତ୍ୟୁ, ୩୫ ଆହତ
  • ||
  • କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ ଗୁଣୁପୁର ତହସିଲଦାର
  • ||
  • ଚେନ୍ନାଇ ସୁପରକିଙ୍ଗ୍ସକୁ ବଡ ଝଟକା, ଆହତ କାରଣରୁ ଆଇପିଏଲ୍‌ର ବାକି ମ୍ୟାଚ୍‌ରୁ ବାଦ୍ ପଡିଲେ ଡ୍ଵେନ ବ୍ରାଭୋ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

ଟ୍ରକ୍ ମାଲିକ ସଂଘ ବିବାଦ : ଦୁଇ ଗୋଷ୍ଠୀ ମୁହାଁମୁହିଁ, ୪ ଅଟକ

17/07/2019 at 4:34 PM

ବଡବିଲ ୧୭|୭:  ବଡବିଲରେ ଟ୍ରକ୍ ମାଲିକ ସଂଘ ‘ଦି ମାଇନିଂ ଏରିଆ ଟ୍ରକ୍ ଓନର୍ସ ଆସୋସିଏସନ’ରେ ବିବାଦ । ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି । ଏନେଇ ଉଭୟ ପକ୍ଷରୁ ଥାନାରେ ଅଭିଯୋଗ ହେବା ପରେ ବଡ଼ବିଲ ପୋଲିସ ୪ ଜଣଙ୍କୁ ଅଟକ ରଖି ପଚରା ଉଚୁରା ଚଳାଇଛି ।

ଗତକାଲି ସଂଧ୍ୟାରେ ଆସୋସିଏସନ କାର୍ଯ୍ୟାଳୟରେ ଲୋଡିଂ ପାଇଁ ଡାକରା ହେବାକୁ ଥିବା, ମାତ୍ର ସେତିକି ବେଳେ, ଦୁଇ ଗୋଷ୍ଠୀଙ୍କ ମଧ୍ୟରେ କଥା କଟାକଟି ହୋଇ ମୁହାଁମୁହିଁ  ହୋଇଥିଲେ । ଆଜି ମଧ୍ୟ ଆସୋସିଏସନ କାର୍ଯ୍ୟାଳୟ ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା । ଖବର ପାଇ ବଡ଼ବିଲ ଏସଡିପିଓ, ଆଇଆଇସି ଏବଂ ଅନ୍ୟ ପୋଲିସ ଅଧିକାରୀ ଓ କର୍ମଚାରୀ ଘଟଣାସ୍ଥଳରେ ପହଁଚିଥିଲେ । ଉଭୟ ପକ୍ଷଙ୍କ ସହ ଆଲୋଚନା କରି ସ୍ଥିତି ନିୟନ୍ତ୍ରଣ କରିବାକୁ ପ୍ରୟାସ ଛଳାଇଛି ପୋଲିସ । ଉତ୍ତେଜନାକୁ ଦୃଷ୍ଟିରେ ରଖି ସେଠାରେ ପୋଲିସ ଫୋର୍ସ ମୁତୟନ ରହିଛନ୍ତି । ତେବେ ଆସୋସିଏସନକୁ ନିଜ ଅକ୍ତିଆରରେ ରଖିବା ପାଇଁ ଏଭଳି ଗୋଷ୍ଠୀ ବିବାଦ ସୃଷ୍ଟି ହୋଇଥିବା କୁହାଯାଉଛି ।

   Related Posts