Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକୁ ବେଖାତିର: କରୋନା ବିପର୍ଯ୍ୟୟ ସମୟରେ କେନ୍ଦୁପତ୍ର ଶ୍ରମିକଙ୍କୁ ଛଟେଇ

18/05/2020 at 4:31 PM

ବରଗଡ୧୮/୫: ଘାତକ କରୋନା ସଂକ୍ରମଣ ଯୋଗୁଁ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ କଟକଣା ଲାଗୁ ହୋଇଛି। ଫଳରେ ଗରିବ ଶ୍ରମିକଙ୍କଠାରୁ ଆରମ୍ଭ କରି ବିଭିନ୍ନ ବର୍ଗର ଲୋକଙ୍କ ରୋଜଗାର ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି । ଏଭଳି ସ୍ଥିତିରେ ପରିବାର ଗୁଜୁରାଣ ମେଣ୍ଟାଇବା ସାଧାରଣ ଜନତାଙ୍କ ପକ୍ଷେ କଷ୍ଟକର ହୋଇପଡ଼ିଥିବା ବେଳେ ବରଗଡ଼ ଜିଲ୍ଲାର ପଦ୍ମପୁର କେନ୍ଦୁପତ୍ର ଡିଭିଜନ ଅଧୀନରେ କାର୍ଯ୍ୟରତ ୧୪୫ ଶ୍ରମିକଙ୍କୁ ଛଟେଇ କରାଯାଇଛି।


ଗତ କିଛିଦିନ ତଳେ କେନ୍ଦୁପତ୍ର ଡିଭିଜନରେ କାର୍ଯ୍ୟରତ ସିଜିନାଲ କର୍ମଚାରୀଙ୍କୁ ଛଟେଇ କରାଯିବ ନାହିଁ ବୋଲି ରାଜ୍ୟ ସରକାର ଘୋଷଣା କରିଥିବା ବେଳେ ପଦ୍ମପୁର ଡିଭିଜନରେ ତାହାର ବ୍ୟତିକ୍ରମ ପରିଲକ୍ଷିତ ହୋଇଛି। ଏଭଳି ଅଭିଯୋଗ ଆଣି ଆଜି ଓଡିଶା କେନ୍ଦୁପତ୍ର କର୍ମଚାରୀ ସଂଘ, ପଦ୍ମପୁର ଡିଭିଜନ କମିଟି ବରଗଡ଼ ଜିଲ୍ଲାପାଳଙ୍କୁ ଫେରାଦ ହୋଇଛି।

ଜିଲ୍ଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରି ଏ ଦିଗରେ ବିହିତ ପଦକ୍ଷେପ ନେବାକୁ ଦାବି କରିଛି। ନ ହେଲେ ସେମାନେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ସ୍ମାରକ ପତ୍ରରେ ଚେତାବନୀ ଦିଆଯାଇଛି। ପୂର୍ବତନ ପଦ୍ମପୁର ବିଧାୟକ ପ୍ରଦୀପ ପୁରୋହିତଙ୍କ ନେତୃତ୍ୱରେ କେନ୍ଦୁପତ୍ର କର୍ମଚାରୀ ସଂଘର ଏକ ପ୍ରତିନିଧି ଦଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ସ୍ମାରକପତ୍ର ପ୍ରଦାନ କରିଛନ୍ତି ।

   Related Posts