Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନାଲରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର, ଗାଧୋଇବା ବେଳେ ନିଖୋଜ ହୋଇଯାଇଥିଲେ
  • ||
  • ହାତ ଛାଡିଲେ ପ୍ରଦୀପ ମାଝି, କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା
  • ||
  • ଟ୍ରକ୍‌କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୨ ମୃତ ଓ ୫ ଆହତ
  • ||
  • ବାଇକକୁ ଧକ୍କା ଦେଲା ଟ୍ରକ୍, ଜଣେ ମୃତ : କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ
  • ||
  • ଶିଶୁଙ୍କୁ ଟିକା ପାଇଁ ପ୍ରସ୍ତୁତି ଆରମ୍ଭ, ଶୁକ୍ରବାର ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ପ୍ରଶିକ୍ଷଣ ଦେବ କେନ୍ଦ୍ର
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ, ବିଏସକେଓ୍ୱାଇ ସ୍ମାର୍ଟ କାର୍ଡ ବଣ୍ଟନର କରିବେ ଶୁଭାରମ୍ଭ
  • ||
  • ୨୬ ଯାଏଁ ଶୁଖିଲା ପାଗ : ଧିରେଧିରେ କମିବ ରାତି ତାପମାତ୍ରା, ସକାଳେ କୁହୁଡି
  • ||
  • ମମିତା ମେହେର ହତ୍ୟା ଘଟଣା : ଭୋର୍‌ରେ ଡେମୋ ଦେଖାଇଲା ଅଭିଯୁକ୍ତ ଗୋବିନ୍ଦ ସାହୁ
  • ||

ଅଫଲାଇନ୍‌ରେ ହେବ ମାଟ୍ରିକ୍ ପରୀକ୍ଷା, ୭୦% ସିଲାବସ୍‌ରୁ ପରୀକ୍ଷା ଦେବେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ : ଗଣଶିକ୍ଷା ମନ୍ତ୍ରୀ

2/07/2021 at 12:31 PM

ଭୁବନେଶ୍ବର ୨।୭: ଅଫଲାଇନ୍ ରେ ହେବ ମାଟ୍ରିକ୍ ପରୀକ୍ଷା । ୭୦% ସିଲାବସ୍‌ରୁ ହେବ ମାଟ୍ରିକ ପରୀକ୍ଷା । ବାଦ ପଡ଼ିବ ୩୦ ପ୍ରତିଶତ ସିଲାବସ୍‌ । ଏଭଳି ପ୍ରତିକ୍ରିୟା ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । କୋଭିଡ୍ ନିୟମ ଅନୁସାରେ ପରୀକ୍ଷା ହେବ ବୋଲି ମନ୍ତ୍ରୀ କହିଛନ୍ତି । ୧୫ ଦିନ ମଧ୍ୟରେ ପରୀକ୍ଷା ଫଳ ପ୍ରକାଶ ପାଇବ ।

ପରୀକ୍ଷା ପ୍ରଶ୍ନପତ୍ର କିଭଳି କରାଯିବ ତାହା ବୋର୍ଡ କର୍ତ୍ତୃପକ୍ଷ ନିଷ୍ପତ୍ତି ନେବେ ।  କୋଭିଡ୍ ଗାଇଡ୍ ଲାଇନ୍ ଅନୁସାରେ ପରୀକ୍ଷା କରାଯିବ।  ୧୫ଦିନ ମଧ୍ୟରେ ପରୀକ୍ଷା ଫଳ ପ୍ରକାଶ ପାଇବ।  ଜୁଲାଇ  ପରୀକ୍ଷା ଫଳ ବାହାରିବା ପରେ ଯୁକ୍ତ ଦୁଇରେ ନାମଲେଖା ପାଇଁ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ।

ସେପଟେ ଜୁଲାଇ ୩୦ରେ ଅଫଲାଇନରେ ମାଟ୍ରିକ୍ ପରୀକ୍ଷା ହେବ ବୋଲି ବୋର୍ଡ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।  ଜୁଲାଇ ୩୦ରୁ ଆରମ୍ଭ ହୋଇ ଅଗଷ୍ଟ ୮ ପର୍ଯ୍ୟନ୍ତ ଚାଲିବ । କୋଭିଡ୍ ନିୟମ ଅନୁଯାୟୀ କରାଯିବ ପରୀକ୍ଷା । ବୋର୍ଡ ଫଳାଫଳରେ ଅସନ୍ତୁଷ୍ଟ ଥିବା ଛାତ୍ରଛାତ୍ରୀମାନେଚାହିଁଲେ ପରୀକ୍ଷା ଦେଇପାରିବେ ।

ତେବେ ପରୀକ୍ଷା ସୂଚୀ ମଧ୍ୟ ପ୍ରକାଶ ପାଇଛି ।  ଜୁଲାଇ ୩୦ ତାରିଖରେ ପ୍ରଥମ ଭାଷା ଓଡ଼ିଆ ପରୀକ୍ଷା ହେବ ।  ସେହିପରି ଜୁଲାଇ ୩୧ ତାରିଖରେ ଦ୍ବିତୀୟ ଭାଷା, ଅଗଷ୍ଟ ୨ ତାରିଖରେ ଗଣିତ, ୩ ତାରିଖରେ ସାଧାରଣ ବିଜ୍ଞାନ, ୪ ତାରିଖରେ ସାମାଜିକ ବିଜ୍ଞାନ ଓ ୫ ତାରିଖରେ ତୃତୀୟ ଭାଷା ପରୀକ୍ଷା ହେବ । ସକାଳ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇ ମଧ୍ୟାହ୍ନ ୧୨ଟାରେ ଶେଷ ହେବ । କେବଳ ଗଣିତ ପାଇଁ ୧୫ ମିନିଟ୍ ଅଧିକ ସମୟ ଦିଆଯିବ ବୋଲି ବୋର୍ଡ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ସେପଟେ ମାଟ୍ରିକ୍ ପରୀକ୍ଷା ପାଇଁ ଫର୍ମପୂରଣ ତାରିଖ ପ୍ରକାଶ ପାଇଛି । ଆସନ୍ତା ଜୁଲାଇ ୫ରୁ ୧୪ ତାରିଖ ମଧ୍ୟରାତ୍ର ପର୍ଯ୍ୟନ୍ତ ଫର୍ମପୂରଣ ସମୟ ବୋର୍ଡ ନିର୍ଘଣ୍ଟ କରିଛି । ବୋର୍ଡ ୱେବସାଇଟ www.bseodisha.ac.inରେ ଏନେଇ ସମସ୍ତ ନିର୍ଦ୍ଦେଶାବଳୀ ଦିଆଯାଇଛି । ବିନା ଫି’ରେ ଫଳାଫଳରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ ଫର୍ମପୂରଣ କରିପାରିବେ ବୋଲି ବୋର୍ଡ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।

   Related Posts