୩ ମାସ ବଢିଲା ଡିଏମଇଟି ସିବିକେ ମହାନ୍ତିଙ୍କ କାର୍ଯ୍ୟକାଳ

Published By : Prameya-News7 Bureau | May 01, 2021 IST

କଟକ, ୦୧/୦୫:   ଡିଏମଇଟି ସିବିକେ ମହାନ୍ତିଙ୍କ କାର୍ଯ୍ୟକାଳ ବୃଦ୍ଧି । ସେ ଜୁଲାଇ ଶେଷ ଯାଏଁ କାର୍ଯ୍ୟ ସମ୍ପାଦନ କରିବେ ।

ସିବିକେ ମହାନ୍ତିଙ୍କ କାର୍ଯ୍ୟକାଳ ଏପ୍ରିଲ ୩୦ ତାରିଖରେ ଶେଷ ହୋଇଥାନ୍ତା । କିନ୍ତୁ ଏହାକୁ ଜୁଲାଇ ଶେଷ ଯାଏଁ ବଢାଇ ଦିଆଯାଇଛି । ଏବେ ସେ ଆହୁରି ୩ ମାସ ଚାକିରୀରେ ରହିବେ । କରୋନା ସ୍ଥିତିକୁ ନଜରରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି ।

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ସଂକ୍ରମଣ ହୁହୁ ହୋଇ ବଢିଚାଲିଛି । ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୧୦,୪୧୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୫୪୬୦୭ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୮୮୭ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୫୨୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ବର୍ତ୍ତମାନ ସୁଦ୍ଧା ମୋଟ୍ ୪୫୪୬୦୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୭୦୮୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୮୫୪୧୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୨୦୪୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୦୧୩୪୧୧୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.