ଅପ୍ରେଲ ଶେଷ କିମ୍ବା ମେ’ ପ୍ରଥମ ସପ୍ତାହରେ ରାଜ୍ୟରେ ପିକ୍‌ରେ ରହିପାରେ କରୋନା ସଂକ୍ରମଣ

Published By : Prameya-News7 Bureau | April 21, 2021 IST

କଟକ ୨୧।୪: ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୮୫୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ତେବେ କରୋନା ସଂକ୍ରମଣ ବୃଦ୍ଧି ନେଇ ପ୍ରତିକ୍ରିୟା ରଖିଛନ୍ତି ଡିଏମଇଟି ସିବିକେ ମହାନ୍ତି । ସେ କହିଛନ୍ତି ବିଭିନ୍ନ ସଂସ୍ଥାର ସମୀକ୍ଷା ପରେ ଜଣାପଡ଼ିଛି ଅପ୍ରେଲ ଶେଷ କିମ୍ବା ମେ’ ପ୍ରଥମ ସପ୍ତାହରେ ଓଡ଼ିଶାରେ କରୋନା ପିକରେ ରହିପାରେ। ତେବେ କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି ।  ଅକ୍ସିଜେନ ଯଥେଷ୍ଟ ପରିମାଣର ଅଛି ।  ଗତଥର କରୋନା ପିକ୍ ସମୟରେ ଯେମିତି ଅକ୍ସିଜେନ ଦରକାର ଥିଲା ତା ଠାରୁ ବି ବହୁତ ଅଧିକ ରହିଛି ।

ସେ ଆହୁରି କହିଛନ୍ତି ଯେ, ଓଡ଼ିଶା ଭାଗ୍ୟଶାଳୀ ରାଜ୍ୟ କାରଣ ସରକାରୀ ଓ ବେସରକାରୀ ସ୍ତରରେ ବିଭିନ୍ନ ଶିଳ୍ପ ସଂସ୍ଥା ଅଧିକ ଅକ୍ସିଜେନ ଉତ୍ପାଦନ କରୁଛନ୍ତି । ବେଡ୍, ଆଇସିୟୁ ମଧ୍ୟ ଯଥେଷ୍ଟ ପରିମାଣର ରହିଛି । ୭୧ଟି କୋଭିଡ୍ ହସ୍ପିଟାଲ ରାଜ୍ୟରେ ଥିବାବେଳେ ୩୧ଟି ଚାଲୁରହିଛି । ୨୬ ପ୍ରତିଶତ ବେଡ୍, ୧୪.୧୮ ପ୍ରତିଶତ ଆଇସିୟୁ, ୧୦ପ୍ରତିଶତ ଭେଣ୍ଟିଲଟର ବ୍ୟବହୃତ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.