Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||
  • ନଭେମ୍ବରରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ
  • ||

ଡାକ୍ତର କରୋନା ସଂକ୍ରମିତ, ଡାଟା ଏଣ୍ଟ୍ରି ଅପରେଟର ବି କୋଭିଡ୍ ପଜିଟିଭ୍ : ଶୁଲିଆ ଗାଁ କଣ୍ଟେନମେଣ୍ଟ ଜୋନ୍ ଘୋଷିତ

3/06/2020 at 3:00 PM

ସୁବର୍ଣ୍ଣପୁର ୩।୬: ସୁବର୍ଣ୍ଣପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ନାଇକେନପାଲି ସ୍ବାସ୍ଥ୍ୟ ଉପକେନ୍ଦ୍ରର ଆୟୁଷ ଡାକ୍ତର ଓ ଜଣେ କମ୍ପ୍ୟୁଟର ଡାଟା ଏଣ୍ଟ୍ରି ଅପରେଟର ରହିଛନ୍ତି । ସଂକ୍ରମଣକୁ ଦୃଷ୍ଟିରେ ରଖି ନାଇକେନପାଲି ସ୍ବାସ୍ଥ୍ୟକେନ୍ଦ୍ରକୁ ସିଲ୍ କରିଦିଆଯାଇଛି । ସେହିପରି ଜିଲ୍ଲାର ଶୁଲିଆ ଗାଁର ୯୦ଟି ପରିବାରକୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଜିଲ୍ଲା ପ୍ରଶାସନ ଘୋଷଣା କରିଛି ।

ସୁବର୍ଣ୍ଣପୁର ଜିଲ୍ଲାରେ ଆଜି ଗୋଟିଏ ଦିନରେ ୯ ଜଣ କୋଭିଡ୍-୧୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୂର୍ବରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଥିବାବେଳେ ଆଜିର ୯ ଜଣ ସଂକ୍ରମିତଙ୍କୁ ମିଶାଇ ମୋଟ୍ ୧୭ ଜଣ ଚିହ୍ନଟ ହୋଇଛନ୍ତି । ଏପର୍ଯ୍ୟନ୍ତ ୩ ଜଣ ବ୍ୟକ୍ତି ସୁସ୍ଥ ହୋଇଥିବା ବେଳେ ୧୪ ଜଣ ବ୍ୟକ୍ତି ଚିକିତ୍ସିତ ହେଉଛନ୍ତି ।

   Related Posts