ଉଦଯାପିତ ହେଲା ୩୬ ତମ କୋଣାର୍କ ଉତ୍ସବ ଓ ୧୫ତମ ଆନ୍ତର୍ଜାତିକ ବାଲୁକା କଳା ମହୋତ୍ସବ, ଉଦଯାପନୀ ସନ୍ଧ୍ୟାରେ ଯୋଗ ଦେଲେ ରାଜ୍ୟପାଳ

NEWS7
doctor-c-mohan-reddy-passed-away-who-treating-patients-in-10-rupees

କୋଣାର୍କ: ଉଦଯାପିତ ହେଲା ୩୬ ତମ କୋଣାର୍କ ଉତ୍ସବ ଓ ୧୫ତମ ଆନ୍ତର୍ଜାତିକ ବାଲୁକା କଳା ମହୋତ୍ସବ। ରାଜ୍ୟ ପର୍ଯ୍ୟଟନ ବିଭାଗ ଆନୁକୂଲ୍ୟରେ ତଥା ସଙ୍ଗୀତ ନାଟକ ଏକାଡେମୀ ଓ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମର ମିଳିତ ଉଦ୍ୟମରେ କୋଣାର୍କ ଠାରେ ଆୟୋଜିତ ୩୬ତମ କୋଣାର୍କ ଉତ୍ସବ ୨୦୨୫ର ଉଦଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଓଡିଶାର ମାନ୍ୟବର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟୀ ଯୋଗ ଦେଇଛନ୍ତି । ଏହି ଅବସରରେ ରାଜ୍ୟର ମାନ୍ୟବର ପ୍ରଥମ ମହିଳା ଶ୍ରୀମତୀ.ଜୟଶ୍ରୀ କମ୍ଭମପାଟି, ମାନ୍ୟବର ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ରାଜସ୍ଥାନର ମାନ୍ୟବର ଶକ୍ତି ମନ୍ତ୍ରୀ ହୀରାଲାଲ ନାଗର ମଧ୍ୟ ଉପସ୍ଥିତ ଥିଲେ I

ଅନ୍ତିମ ସନ୍ଧ୍ୟାର ପ୍ରଥମ ପର୍ଯ୍ୟାୟରେ ବିଶିଷ୍ଠ ଓଡ଼ିଶୀ ନୃତ୍ୟଶିଳ୍ପୀ ଶ୍ରୀମତୀ ଆରତୀ କର ଓ ତାଙ୍କ ଉତ୍କଳ ଡାନ୍ସ ଓ ରିସର୍ଚ୍ଚ ଏକାଡେମୀର ଶିଳ୍ପୀବୃନ୍ଦଙ୍କ ଦ୍ଵାରା ଓଡିଶୀ ନୃତ୍ୟ ପରିବେସିତ ହୋଇଥିଲା । ଦ୍ଵିତୀୟ ପର୍ଯ୍ୟାୟରେ ସଞ୍ଜୁକ୍ତା ସିହ୍ନା ଓ ତାଙ୍କ ଡାନ୍ସ ଗ୍ରୁପର ଶିଳ୍ପୀବୃନ୍ଦଙ୍କ ଦ୍ଵାରା କଥକ ନୃତ୍ୟ ପରିବେଷିତ ହୋଇଥିଲା । ପରିଶେଷରେ ସମସ୍ତ କଳାକାର ଓ ଶିଳ୍ପୀବୃନ୍ଦ/ବାଲୁକାଶିଳ୍ପୀଙ୍କୁ ରାଜ୍ୟପାଳ ସମ୍ବର୍ଦ୍ଧିତ କରିଥିଲେ I

ଏହା ପୂର୍ବରୁ ରାଜ୍ୟପାଳ ୧୫ତମ ଆନ୍ତର୍ଜାତିକ ବାଲୁକା କଳା ମହୋତ୍ସବ ୨୦୨୫ ମଧ୍ୟ ପରିଦର୍ଶନ କରିଥିଲେ ଏବଂ ସେଠାରେ ଦେଶ ବିଦେଶରୁ ଆସିଥିବା ଅଂଶଗ୍ରହଣକାରୀଙ୍କ ସହ ରାଜ୍ୟପାଳ ଭାବ ବିନିମୟ କରିଥିଲେ ଏବଂ ସେମାନଙ୍କ କଳା ନୈପୁଣ୍ୟକୁ ପ୍ରଶଂସା କରିଥିଲେ । ଏହି ଅବସରରେ ପ୍ରଖ୍ୟାତ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ମଧ୍ୟ ଉପସ୍ଥିତ ଥିଲେ I