Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

କରୋନା ଯୁଦ୍ଧରେ ହାରିଗଲେ ଡାକ୍ତର, କୋଭିଡ୍ ହସ୍ପିଟାଲରେ ଥିଲେ କାର୍ଯ୍ୟରତ

17/06/2021 at 5:16 PM

ପୁରୀ ୧୭।୬: କରୋନା ଯୁଦ୍ଧରେ ହାରିଗଲେ ପୁରୀ ଆଇଡିଏଚ କୋଭିଡ୍ ହସପିଟାଲ ଇନଚାର୍ଜ ଡାକ୍ତର ସୁଶାନ୍ତ କୁମାର ପଣ୍ଡା । ଗୁରୁବାର ଦିନ ତାଙ୍କର କରୋନାରେ ଦେହାନ୍ତ ହୋଇଛି । ଗତ କିଛି ଦିନ ତଳେ ସେ କୋଭିଡ୍ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ । ତେବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଭୁବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। କିନ୍ତୁ କରୋନା ଯୁଦ୍ଧରେ ହାରିଯାଇ ଗୁରୁବାର ତାଙ୍କର ମୃତ୍ୟୁ ହୋଇଛି ।

ତାଙ୍କ ମର ଶରୀରକୁ ପୁରୀ ଅଣାଯିବା ପରେ ଜିଲ୍ଲା ସଦର ମୁଖ୍ୟ ଚିକିତ୍ସାଳୟ ପରିସରରେ ଗାର୍ଡ ଅଫ୍ ଅନର ଦିଆଯାଇଥିଲା । ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା, ଏସପି ଡାକ୍ତର କନୱର ବିଶାଳ ସିଂ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ସୁଜାତା ମିଶ୍ରଙ୍କ ସମେତ ଅନେକ ଡାକ୍ତର, ପାରାମେଡିକାଲ ଷ୍ଟାଫ ଏବଂ କର୍ମଚାରୀମାନେ ଉପସ୍ଥିତ ରହି ଶେଷ ସମ୍ମାନ ପ୍ରଦାନ କରିଥିଲେ । ସ୍ବର୍ଗତ ସୁଶାନ୍ତ ପଣ୍ଡାଙ୍କ ଧର୍ମପତ୍ନୀ, ପୁଅ ଏବଂ ପରିବାର ସ୍ବଜନ ମାନେ ମଧ୍ୟ ଉପସ୍ଥିତ ଥିଲେ । ଏକ ଶୋକାକୂଳ ପରିବେଶ ଭିତରେ ସିପସରୁବାଲି ବେଳାଭୂମିରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯାଇଛି।

   Related Posts