Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୮୪୧ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୪୭୬ ଡିସଚାର୍ଜ
  • ||
  • ଲଦାଖରେ ଭାରତ-ଚୀନ ମଧ୍ୟରେ ଉତ୍ତେଜନା କେବେ ସମାପ୍ତ ହେବ ? ଡ୍ରାଗନ ସହ ୧୨ତମ ବୈଠକ ଆସନ୍ତାକାଲି
  • ||
  • ବାଂଶପାଳ : ଗାଁରେ ପଶି ଘର ଭାଙ୍ଗିଲା ଦନ୍ତା, କାନ୍ଥ ପଡି ସ୍ବାମୀ-ସ୍ତ୍ରୀ ଗୁରୁତର
  • ||
  • ରାଉରକେଲା : ଅଲୋଡା ହେଲା ନବଜାତ ଶିଶୁପୁତ୍ର, ଡଷ୍ଟବିନ୍‌ରୁ ଉଦ୍ଧାର
  • ||
  • ରାଇରଙ୍ଗପୁର : ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ରାସ୍ତା କଡକୁ ଛିଟିକି ପଡିଲେ ୨ ଚାଳକ : ମେଡିକାଲରେ ହେଲା ମୃତ୍ୟୁ
  • ||
  • କଟକ : ଦୁଷ୍କର୍ମକାରୀଙ୍କୁ ୧୦ବର୍ଷ ଜେଲ୍‌ ସହ ୧୦ହଜାର ଜରିମନା : ପୀଡିତାଙ୍କୁ ଦେବେ ୨ଲକ୍ଷ ଟଙ୍କାର କ୍ଷତିପୂରଣ
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ OSSC ସଦସ୍ୟଙ୍କ ପିଏସ୍ : ଜବତ ହେଲାଣି ନଗଦ ଲକ୍ଷାଧିକ ଟଙ୍କା ସହ ଫ୍ଲାଟ୍ ଆଉ ପ୍ଲଟ୍
  • ||
  • ରାୟଗଡା : ଆନ୍ଧ୍ରପ୍ରଦେଶ ଚିଙ୍ଗୁଡି ବନ୍ଧରେ ଅଘଟଣ : ବିଦ୍ୟୁତ ଆଘାତରେ ୬ ଓଡିଆ ଶ୍ରମିକଙ୍କ ମୃତ୍ୟୁ
  • ||
  • ଭୁବନେଶ୍ବର : ବଦଳିଲା ନିୟମ : ୬୩,୩୦୩ ପ୍ରାଥମିକ ଶିକ୍ଷକ ପାଇବେ ପଦୋନ୍ନତି, ରେସିଡେନ୍ସି ପିରିୟଡ୍ କମାଇଲେ ରାଜ୍ୟ ସରକାର
  • ||
  • ଭୁବନେଶ୍ବର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ : ୧ କେଜି ୪୮ ଗ୍ରାମ୍ ଧଳାଜହର ଜବତ, ଜଣେ ଗିରଫ
  • ||

ଡାକ୍ତରଖାନାରେ କୋଭିଡ୍ ସଂକ୍ରମିତ ୨୫ ବର୍ଷୀୟା ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ, ଡାକ୍ତର ଗିରଫ

24/07/2020 at 8:38 PM

ଲକ୍ଷ୍ନୌ, ୨୪|୦୭: ହସ୍ପିଟାଲରେ ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ । ଆଇସୋଲେସନ ଓ୍ୱାର୍ଡରେ ଭର୍ତ୍ତି ହୋଇଥିବା ଜଣେ ୨୫ ବର୍ଷୀୟା କରୋନା ପଜିଟିଭ୍ ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ କରିଛନ୍ତି ଜଣେ ଡାକ୍ତର । ଏଭଳି ଘଟଣା ଘଟିଛି ଉତ୍ତର ପ୍ରଦେଶ ଆଲିଗଡ ସ୍ଥିତ ଦୀନଦୟାଲ ହସ୍ପିଟାଲରେ ।

ସୂଚନାନୁସାରେ, ଡାକ୍ତର ତୁଫେଲ୍ ଅହମ୍ମଦ ନାମକ ଜଣେ ଡାକ୍ତର ମଙ୍ଗଳବାର ରାତିରେ ହସ୍ପିଟାଲର ଆଇସୋଲେସନ ଓ୍ୱାର୍ଡକୁ ଯାଇଥିଲେ । ସେଠାରେ ଥିବା ଜଣେ ମହିଳା ଆକ୍ରାନ୍ତଙ୍କ ପ୍ରାଇଭେଟ୍ ପାର୍ଟକୁ ସ୍ପର୍ଶ କରିବାକୁ ଉଦ୍ୟମ କରିଥିଲେ । ପରୀକ୍ଷା ବାହାନାରେ ସେ ଏପରି ଅସଦାଚରଣ କରିଥିବା ଅଭିଯୋଗ ହୋଇଛି । ସେହିପରି ବୁଧବାର ସକାଳେ ମଧ୍ୟ ଡାକ୍ତର ଜଣଙ୍କ ଓ୍ୱାର୍ଡରେ ପହଁଚି ସମାନ ଆଚରଣ ପ୍ରଦର୍ଶନ କରିଥିଲେ । ଏହାପରେ ମହିଳାଜଣଙ୍କ ଥାନାରେ ଅଭିଯୋଗ କରିଥିଲେ । ଅଭିଯୋଗ ପାଇ ପୋଲିସ ସଂପୃକ୍ତ ଡାକ୍ତରଙ୍କୁ ଗିରଫ କରିଛି ।

ପୋଲିସ ସିସିଟିଭି ଫୁଟେଜ୍ ଯାଞ୍ଚ କରୁଛି । ଏଥିରେ ଡାକ୍ତରଜଣଙ୍କ ବିନା ପିପିଇ କିଟରେ ଓ୍ୱାର୍ଡ ମଧ୍ୟକୁ ପଶିଥିବା ଦେଖିବାକୁ ମିଳିଛି । ସୂଚନାଯୋଗ୍ୟ, ମହିଳାଜଣଙ୍କ ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ କାମ କରୁଥିଲେ । ସେ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ତାଙ୍କୁ ଆଲିଗଡସ୍ଥିତ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା ।

   Related Posts