ସମ୍ ଡାକ୍ତରଙ୍କ ଆତ୍ମହତ୍ୟା ବିରୋଧୀ ସଚେତନତା ଯାତ୍ରା

Published By : Prameya-News7 Bureau | September 13, 2021 IST

ଭୁବନେଶ୍ୱର ୧୩/୦୯ : ଆତ୍ମହତ୍ୟା ଏକ ଅନାବଶ୍ୟକ ଚିନ୍ତା । ଜୀବନର ମୂଲ୍ୟ ବୁଝିବାକୁ ଅସମର୍ଥ ହୋଇ କେହି କେହି ଏପ୍ରକାର ଭୁଲ୍ ନିଷ୍ପତି ନିଅନ୍ତି । ମାତ୍ର ସମାଜ ଆତ୍ମହତ୍ୟାକୁ ପ୍ରତିରୋଧ କରେ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ ପ୍ରତିବର୍ଷ ସେପ୍ଟେମ୍ବର ୧୦ ତାରିଖକୁ ବିଶ୍ୱ ଆତ୍ମହତ୍ୟା ନିବାରଣ ଦିବସ ଭାବେ ପାଳନ କରାଯାଏ ।
ଆତ୍ମହତ୍ୟାରେ ମାନସିକ ଚାପର ଏକ ପ୍ରମୁଖ ଭୂମିକା ରହିଛି ।

ସଂପ୍ରତି କୋଭିଡ୍‌-୧୯ର ବିଭୀଷିକା ଆତ୍ମହତ୍ୟାର ଏକ କାରଣ ପାଲଟିଛି । ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଘରେ ରହିବା , ଚାକିରୀ ହରାଇବା, ବ୍ୟବସାୟରେ କ୍ଷତି ସହ୍ୟ କରିବା, ସାଙ୍ଗ ସାଥୀଙ୍କ ଠାରୁ ଦୂରରେ ରହିବା,ପାରିବାରିକ ମତାନ୍ତର ଓ କଳହ ଇତ୍ୟାଦି କାରଣରୁ ସମସ୍ତେ ମାନସିକ ଚାପ ମଧ୍ୟରେ ରହୁଛନ୍ତି । ଏହି ଦିବସ ଅବସରରେ ଭୁବନେଶ୍ୱରର ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ ମେଡିକାଲ୍ ସାଇନସେସ୍ ଆଣ୍ଡ ସମ୍ ହସ୍ପିଟାଲର ଅଭିଜ୍ଞ ଡାକ୍ତର ମାନେ ଭୁବନେଶ୍ୱରରୁ କୋର୍ଣାକ ପର୍ଯ୍ୟନ୍ତ ଏକ ସାଇକେଲ୍ ରାଲିରେ ଯାତ୍ରାକରି ଆତ୍ମହତ୍ୟା ବିରୁଦ୍ଧରେ ସଚେତନତା ସୃଷ୍ଟି କରିଛନ୍ତି ।

ମାନସିକ ରୋଗ ବିଭାଗର ପ୍ରଫେସର ଡାକ୍ତର ଶୁଭେନ୍ଦୁ ନାରାୟଣ ମିଶ୍ରଙ୍କ ନେତୃତ୍ୱରେ ଡଃ. ଜିମି ନାରାୟଣ (ଗ୍ୟାଷ୍ଟ୍ରୋଏଣ୍ଟ୍ରୋଲୋଜି ବିଭାଗ ) ଓ ଡଃ. ବୁଲୁ ନାହାକ (ଇଏନଟି୍ ବିଭାଗ) ସାଇକେଲ୍‌ରେ ୬୦ କି.ମି. ଯାତ୍ରାକରି ଲୋକମାନଙ୍କୁ ଆତ୍ମହତ୍ୟା ବିରୁଦ୍ଧରେ ସଚେତନ କରାଇଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.