Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ଡବଲ ମର୍ଡର : ବୃଦ୍ଧ ଦମ୍ପତ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା

9/03/2019 at 10:14 AM

ଜୟପୁର ୯|୩ : ଜୟପୁରରେ ଡବଲ ମର୍ଡର । ବୃଦ୍ଧ ଦମ୍ପତ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କଲେ ଦୁର୍ବୃତ୍ତ । ମୃତକ ହେଲେ ସ୍ବାମୀ ଏମ.କେ ରେହମାନ ଓ ସ୍ତ୍ରୀ ହାଫିଜା ବିବି । ହତ୍ୟା ପରେ ଘରୁ ସୁନା ଓ ଟଙ୍କା ଲୁଟି ନେଇଛନ୍ତି ଦୁର୍ଦୃତ୍ତ । ଘଟଣାସ୍ଥଳରେ ପୋଲିସ ତଦନ୍ତ ଜାରି ରଖିଛି ।

ସୂଚନା ଯୋଗ୍ୟ ଯେ, କୋରାପୁଟ ଜିଲ୍ଲା ଜୟପୁର ଜୟନଗର ଅଞ୍ଚଳରେ ଘଟିଛି ହତ୍ୟାକାଣ୍ଡ । ବୃଦ୍ଧ ଦମ୍ପତିଙ୍କୁ କେହି ଦୁର୍ବୃତ୍ତ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି । ମୃତକ ଏମ.କେ ରେହମାନ ଜଣେ ଅବସରପ୍ରାପ୍ତ ପୋଲିସ କର୍ମଚାରୀ । ହତ୍ୟା ପରେ ଘରୁ ସୁନା ଗହଣା ସହ ଟଙ୍କା ଲୁଟି ନେଇଛନ୍ତି । ଏହି ଘଟଣାରେ ମୃତ ଦମ୍ପତ୍ତିଙ୍କ ପୁଅକୁ ଅଟକ ରଖି ପଚରାଉଚରା କରୁଛି ପୋଲିସ । ଘଟଣାସ୍ଥଳରୁ ଗୋଟିଏ ଟାଙ୍ଗିଆ ଜବତ କରିଛି ପୋଲିସ । ବୋରିଗୁମ୍ମା ଏସଡିପିଓ ଏବଂ ଜୟପୁର ଏସଡିପିଓଙ୍କ ନେତୃତ୍ବରେ ୨ଟି ଟିମ୍ ଗଠନ କରି ଛାନଭିନ ଜାରି ରଖିଛି ପୋଲିସ । ତଦନ୍ତ ପାଇଁ ସାଇଣ୍ଟିଫିକ୍ ଟିମ୍  ଓ ଡଗ୍ ସ୍କ୍ବାର୍ଡ ର ମଧ୍ୟ ସାହାଯ୍ୟ ନିଆଯାଇଛି । ତେବେ କିଏ କାହିଁକି ଏବଂ କେଉଁ ପରିସ୍ଥିତିରେ ବୃଦ୍ଧ ଦମ୍ପତ୍ତିଙ୍କୁ ହତ୍ୟା କରିଛି ତାହା ସ୍ପଷ୍ଟ ଜଣାପଡିନାହିଁ ।

   Related Posts