Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||
  • ବିରାଟ ବାହିନୀ ଚିତ୍‌ପଟାଙ୍ଗ, ଭାରତକୁ ୫୧ ରନରେ ହରାଇ ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
  • ||
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||

ପ୍ରତିଷ୍ଠା ହେବ ମହତାବଙ୍କ ବ୍ରୋଞ୍ଚ ପ୍ରତିମୂର୍ତ୍ତି , ଆରମ୍ଭ ହୋଇଛି ଶୁଭାରମ୍ଭ

25/10/2020 at 5:42 PM

ଭଦ୍ରକ ୨୫/୧୦ : ପ୍ରତିଷ୍ଠା ହେବ ମହତାବଙ୍କ ବ୍ରୋଞ୍ଚ ପ୍ରତିମୂର୍ତ୍ତି । ଆରମ୍ଭ ହୋଇଛି ଶୁଭାରମ୍ଭ । ଏହା ବାଦ ଗୁଜବକୁ ଖଣ୍ଡନ କରିବା ସହ ଆଇନଶୃଙ୍ଖଳା ପରିସ୍ଥିତି ନେଇ ସାମ୍ବାଦିକ ସମ୍ମିଳନୀ ଆୟୋଜନ କରିଛି ଜିଲ୍ଲା ପରିଷଦ ସଭ୍ୟ । ଭଦ୍ରକ ଜିଲ୍ଲା ଆଗରପଡା ଠାରେ ଏହି ସାମ୍ବାଦିକ ସମ୍ମିଳନୀ ଆୟୋଜନ କରିଛନ୍ତି ଆଗରପଡା ୧୪ ନମ୍ବର ଜୋନ ଜିଲ୍ଲାପରିଷଦ ସଭ୍ୟ ପ୍ରଶାନ୍ତ ଦାସ । ସୂଚନା ଅନୁଯାୟୀ କେତେକ କ୍ଷେତ୍ରରେ ଆଗରପଡା ଅଞ୍ଚଳରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇଥିବା ଗୁଜବକୁ ଖଣ୍ଡନ କରିଛନ୍ତି । ତା ସହ ଆଗରପଡା ଅଞ୍ଚଳରେ ବ୍ୟାପକ ଭାବେ ବିକାଶ କାର୍ଯ୍ୟ ହୋଇଛି । ଆଗରପଡା ଡକ୍ଟର ହରେକୃଷ୍ଣ ମହତାବଙ୍କ ଜନ୍ମ ମାଟି ହୋଇଥିବାରୁ କୁପାରି ଛକ ନିକଟରେ ୨୫ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ମହତାବଙ୍କର ବ୍ରୋଞ୍ଚ ପ୍ରତିମୂର୍ତ୍ତି ପାଇଁ ସ୍ଥାନ ନିରୂପଣ ପରେ ଶୁଭ ଦିଆଯାଇଛି । ଆସନ୍ତା ୧୫ ଦିନ ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ସମାପନ ହେବା ସହ ଆଗାମୀ ଦିନରେ ଗାନ୍ଧୀ ଓ ଗୋପବନ୍ଧୁଙ୍କର ପ୍ରତିମୂର୍ତ୍ତି ନିର୍ମାଣ ପାଇଁ ପ୍ରସ୍ତାବ ଦିଆଯାଇଛି । ଏହା ବାଦ ଆଗରପଡା ଅଞ୍ଚଳରେ ଅତିରିକ୍ତ ତହସିଲ କାର୍ଜ୍ୟାଳୟ ସହ ଆଗରପଡା ଅଞ୍ଚଳକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ଘୋଷଣା ପାଇଁ ମଧ୍ୟ ଦାବୀ ହୋଇଛି ।

   Related Posts