Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବତନ କ୍ରିକେଟର ଅଶୋକ ଡିଣ୍ଡା ବିଜେପିରେ ସାମିଲ
  • ||
  • ମହାରାଷ୍ଟ୍ରରେ ବେକାବୁ କରୋନା ! ଗତ ୨୪ ଘଣ୍ଟାରେ ପାଖାପାଖି ୯ ହଜାର ସଂକ୍ରମତି ଚିହ୍ନଟ
  • ||
  • କଟକ : ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ୍
  • ||
  • ଝାରସୁଗୁଡା : ଗଛରେ ଝୁଲୁଛି ଜବାନଙ୍କ ମୃତଦେହ, ଆତ୍ମହତ୍ୟା ନା ହତ୍ୟା ?
  • ||
  • ସାଲେପୁର : ବୃଦ୍ଧାଙ୍କଠାରୁ ୧୪ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ, ପେନସନ୍ ଉଠାଇ ଖାଇବା ବେଳେ ଲୁଟ୍‌ର ଶିକାର
  • ||
  • ଭୁବନେଶ୍ବର : ମେ ୧୮ ତାରିଖରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା
  • ||
  • ସିରିଜ୍ ଦୁର୍ଘଟଣା : ବାଣୀବିହାରରେ ବାଇକ୍‌କୁ ଧକ୍କା ଦେଇ ଫାୟାରଷ୍ଟେସନରେ ୩ଟି କାର୍‌କୁ ପିଟିଲା ଇନୋଭା, ୪ ଆହତ
  • ||
  • ଭୁବନେଶ୍ବର : ବାଣୀବିହାରରେ ବାଇକ୍‌କୁ ଧକ୍କା ଦେଇ ଫାୟାରଷ୍ଟେସନରେ ୩ଟି କାର୍‌କୁ ଧକ୍କାଦେଲା ଇନୋଭା
  • ||
  • କୁଚିଣ୍ଡା : ମା’-ପୁଅକୁ ଦଳିଦେଲା ଦନ୍ତା, ଗୁରୁତର ବାପା ମେଡିକାଲରେ ଭର୍ତ୍ତି
  • ||
  • ଲକ୍ଷ୍ନୌ : କାରକୁ ଧକ୍କା ଦେଇ ଓଲଟିଲା ଟ୍ୟାଙ୍କର, ୭ମୃତ
  • ||

ଆଜି ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଦିବସ ; ପାଳନ କରାଯାଉଛି ଗୁରୁଦିବସ

5/09/2018 at 9:49 AM

ଭୁବନେଶ୍ବର ୫|୯: ଆଜି ପବିତ୍ର ଗୁରୁଦିବସ । ପୂର୍ବତନ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜନ୍ମଦିବସ ସେପ୍ଟେମ୍ବର ୫ କୁ ୧୯୬୨ ମସିହାରୁ ଗୁରୁଦିବସ ଭାବେ ପାଳିତ କରାଯାଉଛି । ସମାଜ ପାଇଁ ଗୁରୁଙ୍କ ଅବଦାନ ଅତୁଳନୀୟ । ଶିକ୍ଷା ପ୍ରତି ଡକ୍ଟର ରାଧାକ୍ରିଷ୍ଣନଙ୍କର ଅବଦାନକୁ ମନେ ରଖିବା ପାଇଁ ତାଙ୍କ ଜନ୍ମଦିନକୁ ଗୁରୁ ଦିବସ ଭାବେ ପାଳନ କରାଯାଉଛି । ଡକ୍ଟର ରାଧାକ୍ରିଷ୍ଣନ ଏକାଧାରରେ ଜଣେ ଶିକ୍ଷକ, ଶିକ୍ଷାବିତ୍, ଦାର୍ଶନିକ ଓ କୁଟନୀତିଜ୍ଞ ଭାବେ ବେଶ ଖ୍ୟାତି ଅର୍ଜନ କରିଥିଲେ ।

୧୮୮୮ ମସିହା ସେପ୍ଟେମ୍ବର ୫ ତାରିଖରେ ତାମିଲନାଡୁର ତିରୁଟ୍ଟନୀଠାରେ ଜନ୍ମଗ୍ରହଣ କରିଥିଲେ ଡକ୍ଟର ସର୍ବପଲ୍ଲୀ ରାଧାକୃଷ୍ଣନ । ରାଧାକ୍ରିଷ୍ଣନଙ୍କ ଶୈଶବ ତିରୁଟ୍ଟନୀ ଓ ତିରୁପତିରେ କଟିଥିଲା । ଖ୍ରୀଷ୍ଟିଆନ୍ ମିସନାରୀ ସ୍କୁଲରୁ ତାଙ୍କର ପାଠପଢା ଆରମ୍ଭ ହୋଇଥିଲା । ଉଚ୍ଚ ଶିକ୍ଷା ପରେ, ୧୯୦୯ରେ ରାଧାକ୍ରିଷ୍ଣନଙ୍କୁ ମାଡ୍ରାସ ପ୍ରେସିଡେନ୍ସି ମହାବିଦ୍ୟାଳୟରେ ଦର୍ଶନ ବିଭାଗର ଅଧ୍ୟାପକ ଭାବେ ନିଯୁକ୍ତି ମିଳିଥିଲା । ଏହା ପରଠାରୁ ରାଧାକ୍ରିଷ୍ଣନ ମୁଖ୍ୟତଃ ଭାରତୀୟ ଦର୍ଶନ ଶାସ୍ତ୍ର ଏବଂ ଧର୍ମଶାସ୍ତ୍ର ଅଧ୍ୟୟନରେ ନିଜକୁ ନିୟୋଜିତ ରଖିଥିଲେ । ୧୯୧୮ରେ ରାଧାକ୍ରିଷ୍ଣନ ମୈସୂର ବିଶ୍ବବିଦ୍ୟାଳୟରେ ଦର୍ଶନ ବିଭାଗର ପ୍ରଫେସର ଭାବେ ନିଯୁକ୍ତ ହୋଇଥିଲେ । ତାହାପରେ କଲିକତା ବିଶ୍ବବିଦ୍ୟାଳୟ, ଲଣ୍ଡନର ହାର୍ଭାଡ୍ ବିଶ୍ବବିଦ୍ୟାଳୟ, ମାଂଚେଷ୍ଟର ବିଶ୍ବବିଦ୍ୟାଳୟ ଓ ଶେଷରେ ଅକ୍ସଫୋର୍ଡ ବିଶ୍ବବିଦ୍ୟାଳୟରେ ନିୟୋଜିତ ହୋଇଥିଲେ । ୧୯୪୯ରେ ସୋଭିଏତ ଋଷିଆକୁ ଭାରତୀୟ ରାଷ୍ଟ୍ରଦୂତ ଭାବେ ପ୍ରେରିତ ହୋଇଥିଲେ ଏବଂ ୧୯୫୪ରେ ତାଙ୍କୁ ମିଳିଥିଲା ସମ୍ମାନଜନକ ଭାରତ ରତ୍ନ ।

ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ସମ୍ମାନ ଜଣାଇ ଛାତ୍ରଛାତ୍ରୀମାନେ ପାଳନ କରୁଛନ୍ତି ଗୁରୁଦିବସ । ଏହି ଅବସରରେ ବିଭିନ୍ନ ସ୍କୁଲ, କଲେଜ ଓ ଶିକ୍ଷାନୁଷ୍ଠାନ ମାନଙ୍କରେ ଶିକ୍ଷକ ତଥା ଅଧ୍ୟାପକ ମାନଙ୍କୁ ପୂଜା କରାଯାଇଥାଏ ।

   Related Posts