Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

ଆସନ୍ତା ସପ୍ତାହରୁ ବଜାରରେ ଉପଲବ୍ଧ ହେବ DRDOର କରୋନା ଔଷଧ : ଶୀଘ୍ର ସୁସ୍ଥ ହେବେ ରୋଗୀ

15/05/2021 at 8:11 AM

ନୂଆଦିଲ୍ଲୀ୧୫/୫: କରୋନା କାଳରେ ଆଶ୍ୱସ୍ତି ଆଣିଛି DRDO । ଆସନ୍ତା ସପ୍ତାହରେ ବଜାରରେ ଉପଲବ୍ଧ ହେବ 2-DGର ୧୦ ହଜାର ଡୋଜ୍ । DRDO ଅଧିକାରୀମାନେ ଏନେଇ ସୂଚନା ଦେଇଛନ୍ତି । ଔଷଧ ବ୍ୟବହାର ପାଇଁ ଉତ୍ପାଦନକୁ ତ୍ୱରାନ୍ୱିତ କରାଯାଉଛି ବୋଲି ଅଧିକାରୀମାନେ କହିଛନ୍ତି । ଏହି ଔଧ ଡକ୍ଟର ଅନନ୍ତ ନାରାୟଣ ଭଟ୍ଟଙ୍କ ସମେତ DRDO ବୈଜ୍ଞାନିକଙ୍କ ଦ୍ୱାରା ପ୍ରସ୍ତୁତ କରାଯାଇଛି ।

ଗତକାଲି କର୍ଣ୍ଣାଟକର ସ୍ୱାସ୍ଥ୍ୟମନ୍ତ୍ରୀ ଡ.କେ ସୁଧାକର DRDO କ୍ୟାମ୍ପସ ପରିଦର୍ଶନ କରିଥିଲେ । ଏହି ସମୟରେ ବୈଜ୍ଞାନିକମାନେ 2DG ଔଷଧ ବିଷୟରେ ମନ୍ତ୍ରୀଙ୍କୁ ସୂଚନା ଦେଇଥିଲେ । ଯାହା କୋଭିଡ ଯୁଦ୍ଧରେ ବହୁ ହିତ ସାବ୍ୟସ୍ତ ହୋଇପାରେ ବୋଲି କୁହାଯାଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ଏକ ବିବୃତ୍ତିରେ ସୁଧାକର କହିଛନ୍ତି ଯେ “ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ଦ୍ୱାରା ବିକଶିତ ହୋଇଥିବା 2-DG ଏକ ପ୍ରମୁଖ ସଫଳତା । ଏହା ମହାମାରୀର ମୁକାବିଲା କରିବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିପାରିବ । ଏପରିକି ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ରୋଗୀଙ୍କୁ ଶୀଘ୍ର ସୁସ୍ଥ ହେବାକୁ ସାହାଯ୍ୟ କରିବ ।

   Related Posts