Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

କେନ୍ଦୁପାଟଣା ହାଇସ୍କୁଲରେ ‘ମୋ ସ୍କୁଲ’ ଅଭିଯାନ ପାନୀୟ ଜଳ ପ୍ରକଳ୍ପ ଉଦଘାଟିତ, ପୁରାତନ ଛାତ୍ରଛାତ୍ରୀଙ୍କ ସହଯୋଗକୁ ଉଚ୍ଚ ପ୍ରଶଂସା

7/09/2021 at 2:50 PM

ନିଶ୍ଚିନ୍ତ କୋଇଲି ୭।୯ : କେନ୍ଦୁ ପାଟଣା ହାଇସ୍କୁଲ ପରିସରରେ ମୋ ସ୍କୁଲ ଯୋଜନାରେ ଏକ ପାନୀୟ ଜଳ ପ୍ରକଳ୍ପ ଉଦଘାଟିତ  ହୋଇଯାଇଛି। ବିଦ୍ୟାଳୟର ୧୯୯୪ ବ୍ୟାଚ୍‌ ଛାତ୍ରଛାତ୍ରୀଙ୍କ ଉଦ୍ୟମରେ ଏହି ପ୍ରକଳ୍ପଟି ସ୍ଥାପନା ହୋଇଛି। ପୁରାତନ ଛାତ୍ରଛାତ୍ରୀମାନେ ମୋ ସ୍କୁଲ ଯୋଜନାରେ ଅର୍ଥ ଜମା କରିବା ପରେ ସରକାର ଆବଶ୍ୟକ ପାଣ୍ଠି ଯୋଗାଇ ଦେଇଛନ୍ତି।

ଏହି ପ୍ରକଳ୍ପଲାଗି ମୋଟ ୧ଲକ୍ଷ ୫୬ ହଜାର ଟଙ୍କା ବ୍ୟୟ ହୋଇଛି। ପ୍ରକଳ୍ପ ଲାଗି ବିଦ୍ୟାଳୟର ପୁରାତନ ଛାତ୍ରଛାତ୍ରୀଙ୍କ ଯୋଗଦାନକୁ ବିଭିନ୍ନ ମହଲରେ ଉଚ୍ଚ ପ୍ରଶଂସା କରାଯାଉଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ ଶୁଭେନ୍ଦୁ ଶେଖର ସାମଲଙ୍କ ଅଧ୍ୟକ୍ଷତାରେ ପ୍ରକଳ୍ପର ଉଦଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଥିବା ବେଳେ ମଣ୍ଡଳ ଶିକ୍ଷାଧିକାରୀ ଲକ୍ଷେହୀରା ଲାବଣ୍ୟବତୀ ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।

ଉଦଘାଟନୀ ଉତ୍ସବରେ ଶିକ୍ଷକ ରଞ୍ଜନ କୁମାର ସ୍ୱାଇଁ ସ୍ୱାଗତ ଭାଷଣ ଦେଇଥିବା ବେଳେ ଗଣେଶ୍ୱର ବେହେରା ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ। ଉତ୍ସବରେ ଗ୍ରୁପ-୯୪ର ସଭାପତି ମାନସ ରଞ୍ଜନ ବାରିକ, ସମ୍ପାଦକ ରବୀନ୍ଦ୍ର କୁମାର ସ୍ୱାଇଁ ଓ ନାୟବ ସରପଞ୍ଚ ରମେଶ ଚନ୍ଦ୍ର ବେହେରା ପ୍ରମୁଖ ଉପସ୍ଥିତ ଥିଲେ।

   Related Posts