ଭାରସାମ୍ୟ ହରାଇ ଓଲଟିଲା ଟ୍ରକ୍ : ଡ୍ରାଇଭର ଗୁରୁତର, ହେଲପର ଆହତ

Published By : Prameya-News7 Bureau | November 21, 2019 IST

ପାଟଣା ୨୧।୧୧: ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହେଲେ ଟ୍ରକ୍ । ଦୁର୍ଘଟଣାରେ ଡ୍ରାଇଭର ଗୁରୁତର ହୋଇଥିବା ବେଳେ ହେଲପର ଆହତ ହୋଇଛନ୍ତି । ଉଭୟଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।

{"id":187417,"sizeSlug":"large"}

ସୂଚନାଯୋଗ୍ୟ ଯେ, କେନ୍ଦୁଝର ଜିଲ୍ଲା ୪୯ ନମ୍ବର ରାଜପଥ ଚେମେଣା ନିକଟରେ ଦୁର୍ଘଟଣା ଘଟିଛି । ଡିଭାଇଡ଼ରରେ ପିଟି ହେବା ପରେ ରାସ୍ତା କଡ଼କୁ  ଓଲଟି ପଡିଛି ଆଇରନ୍ ବୋଝେଇ ଟ୍ରକ୍ । ଫଳରେ ଡ୍ରାଇଭର ଗୁରୁତର ହୋଇଥିବା ବେଳେ ହେଲପର ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ ଡ୍ରାଇଭରଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଗତକାଲି ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.