Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଟ୍ରକ୍‌କୁ ପଛପଟୁ ଧକ୍କା ଦେଲା ଆଉ ଏକ ଟ୍ରକ୍, ଚାପିହୋଇ ଡ୍ରାଇଭର ମୃତ

24/05/2021 at 10:57 AM

ଜଳେଶ୍ବର ୨୪।୫: ବାଲେଶ୍ଵର ଜିଲ୍ଲା ବସ୍ତା ଥାନା ୬୦ ନମ୍ବର ଜାତୀୟ ରାଜପଥର କୁଣ୍ଡପୁରଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଛିଡ଼ା ହୋଇଥିବା ଟ୍ରକକୁ ପଛପଟୁ ଧକ୍କା ଦେଲା ଆଉ ଏକ ଟ୍ରକ୍ । ଦୁର୍ଘଟମାର ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ହେଲେ କର୍ଣ୍ଣାଟକ ବେଙ୍ଗାଲୁରୁ ଅଞ୍ଚଳର ।

ସୂଚନାଯୋଗ୍ୟ ଯେ, ରବିବାର ବିଳମ୍ବିତ ରାତିରେ କୁଣ୍ଡପୁର ନିକଟସ୍ଥ ଏକ ଢାବା ସମ୍ମୁଖରେ ଓଡି୦୪କେ୬୨୦୩ ନମ୍ବର ଟ୍ରକ୍ ରାସ୍ତାକଡ଼ରେ ଛିଡା ହୋଇଥିଲା । ଏହି ସମୟରେ ପଛପଟୁ କେଏ୦୧ଏଏଫ୧୪୯୮ ନମ୍ବର ବିଶିଷ୍ଟ ଟ୍ରକଟି ଭାରସାମ୍ୟ ହରାଇ ଧକ୍କା ଦେଇଥିଲା । ଧକ୍କା ଦେଇଥିବା ଟ୍ରକ୍ ଡ୍ରାଇଭର ଟ୍ରକ୍ ଭିତରେ ଚାପି ହୋଇ ରହିଥିଲେ । ଘଟଣାସ୍ଥଳରେ ରାଜପଥ କର୍ତ୍ତୃପକ୍ଷ, ବସ୍ତା ପୋଲିସ ପହଞ୍ଚି ଗାଡ଼ି ଭିତରୁ ଡ୍ରାଇଭରଙ୍କୁ ବାହାର କରିଥିଲେ ମଧ୍ୟ ଡ୍ରାଇଭରଙ୍କର ମୃତ୍ୟୁ ହୋଇଥିଲା । ତେବେ ମୃତକଙ୍କ ପରିଚୟ ଜଣାପଡି ନଥିବା ବେଳେ ତାଙ୍କ ଘର ବେଙ୍ଗାଲୁରୁରେ ବୋଲି ଜଣାପଡିଛି । ତେବେ ବିଳମ୍ବିତ ରାତିରେ ରାଜପଥ ଉପରେ ବେପରୁଆ ଗାଡି ଚାଳନା ଯୋଗୁଁ ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି । ପୋଲିସ ତଦନ୍ତ ଜାରି ରଖିଛି ।

   Related Posts