Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରଞ୍ଜିଆ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ : ଭାଙ୍ଗିଲା ଘର, ନଷ୍ଟ କଲା ଫସଲ
  • ||
  • ମଙ୍ଗଳବାର ପ୍ରକାଶ ପାଇବ ଚୂଡାନ୍ତ ପ୍ରାର୍ଥୀ ତାଲିକା, ମିଳିବ ନିର୍ବାଚନୀ ଚିହ୍ନ
  • ||

ଟ୍ରକ୍‌କୁ ଧକ୍କା ଦେଲା ଆଉ ଏକ ଟ୍ରକ୍, ଡ୍ରାଇଭର ମୃତ

21/05/2020 at 8:45 AM

ନୂଆପଡା ୨୧।୫: ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଚାଲିଗଲା ଡ୍ରାଇଭରଙ୍କ ଜୀବନ । ଟ୍ରକକୁ ପଛପଟୁ ଧକ୍କା ଦେଲା ଆଉ ଏକ ଟ୍ରକ୍ । ଦୁର୍ଘଟଣାରେ ଟ୍ରକ୍ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଘଟଣାରସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ନୂଆପଡା ଜିଲ୍ଲା ଜାତୀୟ ରାଜପଥ ୩୫୩ ଲଖନା ଥାନା କୁରୁମପୁରୀ ଛେଳି ବଜାର ନିକଟରେ ଦୁର୍ଘଟଣା ଘଟିଛି । ଟ୍ରକକୁ ପଛପଟୁ ଆଉ ଏକ ଟ୍ରକ୍ ଧକ୍କା ଦେଇଥିଲା । ଫଳରେ ଟ୍ରକ୍ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି । ମୃତ ଟ୍ରକ୍ ଡ୍ରାଇଭର ମଧ୍ୟପ୍ରଦେଶ ସିଦ୍ଧି ଜିଲ୍ଲା ବଘେୟା ଗାଁର ପ୍ରେମଚନ୍ଦ୍ର ସିଂ । ଘଟଣା ସ୍ଥଳରେ ଲଖନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts