Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋପ ଷ୍ଟେଟ୍ ବ୍ୟାଙ୍କ ସିଲ୍ : ମ୍ୟାନେଜର କରୋନା ସଂକ୍ରମିତ, ଗ୍ରାହକଙ୍କ ଉପରେ ନଜର
  • ||
  • ଭୁବନେଶ୍ୱର : ରମ୍‌ଜାନ୍ ଓ ପଣା ସଂକ୍ରାନ୍ତି ଉପରେ କଟକଣା ଲଗାଇଲା ବିଏମ୍‌ସି
  • ||
  • ବ୍ରହ୍ମପୁର : ଗଞ୍ଜାମର ସବୁ ଧର୍ମାନୁଷ୍ଠାନ ୭ଦିନ ବନ୍ଦ, ସର୍ବସାଧାରଣରେ ମେରୁ ଯାତ୍ରା ଓ ପଣା ସଂକ୍ରାନ୍ତି ପାଳନ ବାରଣ
  • ||
  • ନୟାଗଡ : ପ୍ରେମରେ ପ୍ରତାରଣା, ପ୍ରେମିକ ଦୁଆରେ ପ୍ରେମିକା, ନ୍ୟାୟ ପାଇଁ ଦେଇଛି ଧାରଣା
  • ||
  • କଟକ : ଗିରଫ ହେଲା ହାଇଦରର ସହଯୋଗୀ ୟାକୁବ୍, ସୋମବାର ଚାଉଳିଆଗଞ୍ଜ ଥାନାରେ କରିଥିଲା ଆତ୍ମସମର୍ପଣ
  • ||
  • ସୋର : ଘରେ କେହି ନଥିବା ବେଳେ ଭାଙ୍ଗିଲେ ତାଲା, ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା-ରୂପା ଅଳଙ୍କାର ସହ ଲକ୍ଷାଧିକ ଟଙ୍କା
  • ||
  • କଳାହାଣ୍ଡି : ଜାଲ୍ ସାର୍ଟିଫିକେଟ୍ ଦେଇ ୨୫ ଶିକ୍ଷକ ବହିଷ୍କୃତ
  • ||
  • ଚାନ୍ଦବାଲି : ଭଡା ଘରୁ ମିଳିଲା ପ୍ରବାସୀ ଶ୍ରମିକଙ୍କ ମୃତଦେହ, ମୃତ୍ୟୁ ପାଇଁ କମ୍ପାନୀ କର୍ତ୍ତୃପକ୍ଷ ଦାୟୀ ଅଭିଯୋଗ
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ, ୧୯୩୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ମହାକାଳପଡା : ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଅଗ୍ନିକାଣ୍ଡ, କର୍ମଚାରୀଙ୍କ ଉପସ୍ଥିତ ବୁଦ୍ଧି ପାଇଁ ଟଳିଗଲା ବଡ ବିପଦ
  • ||

ରାଜ୍ୟର ୯ଟି ଜିଲ୍ଲାର ୬୬ଟି ବ୍ଲକ୍ ମରୁଡ଼ି ପ୍ରଭାବିତ

1/11/2018 at 2:42 PM

ରାଜ୍ୟର ୯ଟି ଜିଲ୍ଲାର ୬୬ଟି  ବ୍ଲକ୍ ମରୁଡ଼ି ପ୍ରଭାବିତ ହୋଇଛି ।ଏହିସବୁ ବ୍ଲକ୍‌ରୁ ମରୁଡ଼ି ପ୍ରଭାବିତ ଜିଲ୍ଲା ଭାବେ ଘୋଷଣା କରିଛନ୍ତି ରାଜ୍ୟ ସରକାର । ମରୁଡ଼ି ଯୋଗୁଁ ୫ ହଜାର ୬୩୩ଟି ଗାଁ ପ୍ରଭାବିତ ହୋଇଛି ।ଏହିସବୁ ଗାଁର ୨ ଲକ୍ଷ ୩୩ ହଜାର ୧୭୩ ଦଶମିକ ୮ ହେକ୍ଟର ଚାଷ ଜମି ମରୁଡ଼ି ଦ୍ବାରା ପ୍ରଭାବିତ ହୋଇଛି ।ଏହିସବୁ ବ୍ଲକରେ ୩୩ ପ୍ରତିଶତ କିମ୍ବା ଏହାଠାରୁ ଅଧିକ ଫସଲ ନଷ୍ଟ ହୋଇଛି । ନବରଙ୍ଗପୁର, ବରଗଡ଼, ବଲାଙ୍ଗୀର, ଦେବଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, ନୂଆପଡ଼ା, ସୁନ୍ଦରଗଡ଼ ଓ ସମ୍ବଲପୁର ଜିଲ୍ଲାର ଏହିସବୁ ବ୍ଲକ୍‌ ମରୁଡ଼ି ଦ୍ବାରା ପ୍ରଭାବିତ ହୋଇଛି ।ଏ ସଂପର୍କରେ ସ୍ବତନ୍ତ୍ର ରିଲିଫ୍‌ କମିଶନର ବିଷ୍ଣୁପଦ ସେଠୀ ସୂଚନା ଦେଇଛନ୍ତି ।ଏହିସବୁ ବ୍ଲକ୍‌ରେ ଜିଲ୍ଲାପାଳମାନଙ୍କୁ ଏବଂ କୃଷି ବିଭାଗ ଅଧିକାରୀଙ୍କୁ ମରୁଡ଼ି ସ୍ଥିତି ଅନୁଧ୍ୟାନ କରି ରିପୋର୍ଟ ଦେବାକୁ କୁହାଯାଇଛି ।ଏହାସହିତ ଚାଷୀମାନଙ୍କୁ ଆବଶ୍ୟକ ସହାୟତା ଯୋଗାଇ ଦେବାପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।

   Related Posts