Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘରୁ ଉଠାଇ ନେଇ ନାବାଳିକାଙ୍କୁ ଦୁଷ୍କର୍ମ, ୨ ଗିରଫ
  • ||
  • ଆଖିବୁଜିଲେ ଫ୍ଲାଇଂ ଶିଖ୍ ତଥା କିମ୍ୱଦନ୍ତୀ ଧାବକ ମିଲଖା ସିଂହ
  • ||
  • ବରିଷ୍ଠ ଆଇପିଏସ୍‌ ଅଧିକାରୀ ତଥା ରାଜ୍ୟ ଦୁର୍ନୀତି ନିବାରଣ ବିଭାଗର ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କର ପରଲୋକ
  • ||
  • ବିରୋଧ ପରେ ବାଟକୁ ଆସିଲା ହକି ଇଣ୍ଡିଆ, ଦିଲ୍ଲୀପ ତିର୍କୀ ଆଡହକ୍ କମିଟିର ଚେୟାରମାନେ ଭାବେ ନିଯୁକ୍ତ
  • ||

ପ୍ରବଳ ବର୍ଷା ଯୋଗୁଁ ଭଦ୍ରକ ଜିଲ୍ଲାରେ ବନ୍ୟା ପରିସ୍ଥିତି

1/09/2018 at 1:33 AM

ଭଦ୍ରକ ୧|୯:  ପ୍ରବଳ ବର୍ଷା ଯୋଗୁଁ ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଆଖୁଆପଦା ଅଞ୍ଚଳରେ ସର୍ବାଧିକ  ୧୯୫ମିମି ବର୍ଷା ରେକର୍ଡ କରାଯାଇଛି । ବର୍ଷା ଲାଗିରହିବା ଫଳରେ ଭଣ୍ଡାରିପୋଖରୀ ବ୍ଲକର ରହଣିଆ, ନପଙ୍ଗ, ମାଳଦା, ରଣଜିତ, ବାଲିପୋଖରୀ ପଞ୍ଚାୟତର କେତେକ ଗାଁ ଜଳମଗ୍ନ ହୋଇଛି । କିଛି ସ୍ଥାନରେ ରାସ୍ତା ଉପରେ ମଧ୍ୟ ପାଣି ପ୍ରଭାବିତ ହେଉଛି । ଫଳରେ ସ୍ଥାନୀୟ ଅଞ୍ଚଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି । ଅନ୍ୟପଟେ ବୈତରଣୀ ନଦୀର ଜଳସ୍ତର ବଢିବାରେ ଲାଗିଛି । ଆଖୁଆପଦାଠାରେ ବୈତରଣୀ ନଦୀର ବିପଦ ସଂକେତ ୧୭.୮୩ ମିଟର ଥିବାବେଳେ ବର୍ତ୍ତମାନ ୧୭.୦୯ ମିଟରରେ ବନ୍ୟାଜଳ ପ୍ରବାହିତ ହେଉଛି ।

   Related Posts