Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟିକା ପାଇଁ ଗ୍ଲୋବାଲ୍‌ ଟେଣ୍ଡର: ୧୯ ସଦସ୍ୟଙ୍କୁ ନେଇ ଗଠନ ହେଲା କମିଟି
  • ||
  • ଭୁବନେଶ୍ବରରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ୯୬୨ ଆକ୍ରାନ୍ତ ଚିହ୍ନଟ
  • ||
  • ନୂଆଦିଲ୍ଲୀ : କରୋନାର ସାମାନ୍ୟ ଲକ୍ଷଣ ଥିବା ରୋଗୀଙ୍କ ପାଇଁ ଉପଯୋଗୀ ଆୟୁଷ-୬୪, ଏହି କେନ୍ଦ୍ରରେ ମିଳୁଛି ମାଗଣାରେ
  • ||
  • ଶାମଲୀ : ଲଜ୍ଜାଜନକ ଦୃଶ୍ୟ, ଅଳିଆ ବୁହା ଗାଡିରେ ଶ୍ମଶାନଘାଟ ଗଲା ମହିଳାଙ୍କ ମୃତଦେହ
  • ||
  • ଟିକା ପାଇଁ ହେବ ଗ୍ଲୋବାଲ୍‌ ଟେଣ୍ଡର, ରାଜ୍ୟ କ୍ୟାବିନେଟ୍ ବୈଠକରେ ନିଷ୍ପତ୍ତି
  • ||
  • ନୂଆଦିଲ୍ଲୀ : ରାହୁଲ ଭୋରାଙ୍କ ମୃତ୍ୟୁ ପରେ ପତ୍ନୀ ସେୟାର କଲେ ଯନ୍ତ୍ରଣାଦାୟକ ଭିଡିଓ… କେମିତି ଅକ୍ସିଜେନ୍ ଟିକିଏ ପାଇଁ ହେଉଥିଲେ ଛଟପଟ
  • ||
  • ମଥୁରା : କରୋନାରେ ହେମାମାଳିନୀଙ୍କ ବ୍ୟକ୍ତିଗତ ସଚିବଙ୍କ ମୃତ୍ୟୁ, ଟ୍ବିଟ୍ କରି ଅଭିନେତ୍ରୀ ଦେଲେ ଶ୍ରଦ୍ଧାଞ୍ଜଳି
  • ||
  • ଭୁବନ : ଦୀର୍ଘ ୭ଘଣ୍ଟା ବନ୍ଦ ଘରେ ପଡିରହିଲା ମୃତଦେହ, କରୋନା ସଂକ୍ରମଣ ଆଶଙ୍କାରେ ପାଖ ମାଡିଲେନି ପରିବାର
  • ||
  • ବଲାଙ୍ଗୀର : ରୋଗୀଙ୍କୁ ଲାଞ୍ଚ ମାଗିବା ପଡିଲା ମହଙ୍ଗା, SDMOଙ୍କୁ ସୋ-କଜ୍ ନୋଟିସ୍ ପରେ ପଠାଗଲା ଡେପୁଟେସନରେ, ସ୍ବାସ୍ଥ୍ୟକର୍ମୀ ସସ୍‌ପେଣ୍ଡ
  • ||
  • ହାଇଦ୍ରାବାଦ : ଅକ୍ସିଜେନ୍ ଟ୍ୟାଙ୍କର ଡ୍ରାଇଭର ଭୁଲିଗଲା ହସ୍ପିଟାଲ ରାସ୍ତା, ଅକ୍ସିଜେନ୍ ଅଭାବରୁ ଚାଲିଗଲା ୭ କରୋନା ରୋଗୀଙ୍କ ଜୀବନ
  • ||

ଓଡିଆ ଫିଲ୍ମରେ ଗୀତ ଗାଇବେ ଦୁଲେ ରାପର: ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ ଆନନ୍ଦ ଦେଲେ ସୁଯୋଗ, ଅପେକ୍ଷାରେ ପ୍ରଶଂସକ

10/11/2020 at 8:37 PM

ଭୁବନେଶ୍ବର୧୦/୧୧: ଓଡ଼ିଆ ସିନେମାରେ ଗୀତ ଗାଇବେ ଦୁଲେ ରାପର। ୟୁଟ୍ୟୁବ ସେନ୍ସେସନ ତଥା ଖପର ଘରର ରାପର ଭାବେ ପରିଚିତ କଳାହାଣ୍ଡିର ଦୁଲେଶ୍ଵର  ତାଣ୍ଡି ଓରଫ ଦୁଲେ ରାପରଙ୍କୁ ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ ଆନନ୍ଦ ତାଙ୍କ ଆଗାମୀ ଚଳଚ୍ଚିତ୍ର ପାଇଁ ଗୀତ ଗାଇବାର ସୁଯୋଗ ଦେଇଛନ୍ତି।

ଦୁଲେ ରାପରଙ୍କ ସହିତ ଏହି ଗୀତରେ କଣ୍ଠଦାନ କରିବେ ସୁନ୍ଦରଗଡ଼ର ଝିଅ ସ୍ଵର୍ଣ୍ଣରେଖା ଏବଂ ଲୋକପ୍ରିୟ କଣ୍ଠଶିଳ୍ପୀ ଆଶୁତୋଷ। ‘ଜିଓ ବାଲା ଆଣ୍ଟି ‘ ଶୀର୍ଷକ ଏହି କମର୍ସିଆଲ ଗୀତଟିକୁ ରଚନା କରିଛନ୍ତି ଗୀତିକାର ସୁବ୍ରତ ସ୍ୱାଇଁ। ସୁନୋ ସର୍କାର ରାପ ଗାଇ ସୋସିଆଲ ମିଡିଆରେ ରାତାରାତି ଚର୍ଚ୍ଚିତ ହୋଇଥିଲେ ଦୁଲେ ରାପର। ବଲିଉଡ଼ର ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ବିଶାଲ ଦଦଲାନିଙ୍କଠୁ ଆରମ୍ଭ କରି ସ୍ଵରା ଭାସ୍କର, ସୋନା ମହାପାତ୍ର ଓ ବରିଷ୍ଠ ସାମ୍ବାଦିକ ବର୍ଖା ଦତ୍ତଙ୍କ ପର୍ଯ୍ୟନ୍ତ ସମସ୍ତେ ତାଙ୍କର ପ୍ରଶଂସା କରିଥିଲେ।

ବିଶାଲ ଦଦଲାନି ତାଙ୍କୁ ବଲିଉଡରେ ଗାଇବାକୁ ଅଫର ଦେଇଥିଲେ ବି ଦୁଲେ ରାପରଙ୍କ ସ୍ବପ୍ନ ଥିଲା ଓଡ଼ିଆ ସିନେମାରେ ଗୀତ ଗାଇବା। ଆଉ ତାଙ୍କର ସ୍ବପ୍ନ ପୂରଣ କରିବାକୁ ଯାଉଛନ୍ତି ମ୍ୟୁଜିକ ସାଇଣ୍ଟିଷ୍ଟ ପ୍ରେମ ଆନନ୍ଦ। ଅନେକ ଓଡ଼ିଆ କଣ୍ଠଶିଳ୍ପୀଙ୍କୁ ସୁଯୋଗ ଦେଇଥିବା ପ୍ରେମ ଆନନ୍ଦ କିଛି ଦିନ ତଳେ କୋରାପୁଟ ଝିଅ ନମିତା ମେଲେକାଙ୍କୁ ସୁଯୋଗ ଦେଇ ପ୍ରଶଂସିତ ହୋଇଥିଲେ। ଆସନ୍ତାକାଲି ଦିନ ୧୧.୩୦ଟାରେ ଟଙ୍କପାଣି ରୋଡ ସ୍ଥିତ ସ୍ମୃତି ଷ୍ଟଡ଼ିଓରେ ଦୁଲେ ରାପରଙ୍କ କଣ୍ଠରେ ରେକର୍ଡ କରାଯିବ।

   Related Posts