SCB ଅଗ୍ନିକାଣ୍ଡ: ଶୋକ ପ୍ରକାଶ କଲେ ବିରୋଧୀ ଦଳ ନେତା, ଯିବେ ହସ୍ପିଟାଲ, ଆହତଙ୍କୁ ଭେଟିବେ

NEWS7
duplicate-mobil-company-busted-in-balesore-two-held

ଭୁବନେଶ୍ୱର ୧୬/୦୩: ଅଶୁଭ ସୋମବାର । ହୃଦୟ ବିଦାରକ ଘଟଣା । କଟକ ଏସସିବିରେ ଭୟଙ୍କର ଅଗ୍ନିକାଣ୍ଡ । ୧୦ରୁ ଅଧିକ ମୃତ । ଏକାଧିକ ଆହତ । ଏହି ଅଭାବନୀୟ ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି ପୋଲିସ କମିଶନର । ତେବେ ଘଟଣାକୁ ନେଇ ଶୋକପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା । ଶୋକସନ୍ତପ୍ତ ପରିବାରଙ୍କୁ ସମବେଦନା ଜଣାଇଛନ୍ତି ନବୀନ ।

​​​​​​​

ଏହାସହ ଗୁରୁତର ଆହତଙ୍କ ଆରୋଗ୍ୟ କାମନା ସହ ସର୍ବୋତମ ଚିକିତ୍ସା ଦାବି କରିଛନ୍ତି । କଟକ ମେୟର ଓ ଟାଙ୍ଗୀ ଚୌଦ୍ୱାର ବିଧାୟକଙ୍କୁ ଘଟଣା ସ୍ଥଳରେ ପହଂଚି ସହାୟତା ଯୋଗାଇବାକୁ ନିର୍ଦେଶ ଦେଇଛନ୍ତି । ତେବେ ସେ SCB ମେଡିକାଲ ଯାଇ ଆହତଙ୍କୁ ଭେଟି ବୋଲି ସୂଚନା ମିଳିଛି ।

ସୂଚନାଥାଉକି, ଯେଉଁ ୱାର୍ଡରେ ନିଆଁ ଲାଗିଥିଲା, ସେଠାରେ ସେହି ସମୟରେ ପ୍ରାୟ ୨୨ ଜଣ ରୋଗୀ ଚିକିତ୍ସିତ ହେଉଥିଲେ। ନିଆଁର ପ୍ରକୋପ ଏତେ ଭୟଙ୍କର ଥିଲା ଯେ ରୋଗୀମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ସମୟ ମିଳିନଥିଲା। ଫଳରେ ଅଧିକାଂଶ ରୋଗୀ ଶ୍ୱାସରୁଦ୍ଧ ହୋଇ ଏବଂ ନିଆଁରେ ପୋଡ଼ି ହୋଇ ପ୍ରାଣ ହରାଇଛନ୍ତି । ​​​​​​​

ଘଟଣା ପରେ ମେଡିକାଲ ପରିସରରେ ଏକ ଶୋକାକୁଳ ଓ ଆତଙ୍କିତ ପରିବେଶ ସୃଷ୍ଟି ହୋଇଛି । ବାକି ରୋଗୀମାନଙ୍କୁ ଅନ୍ୟ ୱାର୍ଡକୁ ସ୍ଥାନାନ୍ତର କରାଯାଇଛି। ଅଗ୍ନିକାଣ୍ଡର ପ୍ରକୃତ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନଥିବା ବେଳେ ଏହାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ପୁଲିସ ଓ ପ୍ରଶାସନିକ ଅଧିକାରୀମାନେ ଘଟଣାସ୍ଥଳରେ ଉପସ୍ଥିତ ରହି ସ୍ଥିତି ଅନୁଧ୍ୟାନ କରୁଛନ୍ତି।

also read..

SCB ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ, ମୃତକଙ୍କ ପରିବାରକୁ ୨୫ ଲକ୍ଷ ଲେଖାଏଁ ସହାୟତା