Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICSE ଦଶମ ଏବଂ ଦ୍ବାଦଶ ପରୀକ୍ଷା ସ୍ଥଗିତ
  • ||
  • ଭାରତ ଆସିବ ପଳାତକ ନିରବ ମୋଦି, ଅନୁମତି ଦେଲେ ବ୍ରିଟେନ୍‌ ଗୃହ ମନ୍ତ୍ରଣାଳୟ
  • ||
  • ଢେଙ୍କାନାଳ : ଶ୍ବଶୁର ଘର ପଛପଟୁ ଜ୍ବାଇଁଙ୍କ ଝୁଲନ୍ତା ମୃତଦେହ ଠାବ, ଆସିଥିଲେ ସ୍ତ୍ରୀଙ୍କୁ ମନାଇବାକୁ
  • ||
  • ବାଲିପାଟଣା : ମାତ୍ର ୮ଶହ ଟଙ୍କା ଉଧାର ପାଇଁ ଗଲା ଜୀବନ, ମହିଳା ମଣ୍ଡଳ ସଭାନେତ୍ରୀଙ୍କ ପୁଅ ମାଡରେ ଜଣଙ୍କର ମୃତ୍ୟୁ
  • ||
  • ପୂର୍ବତନ କେନ୍ଦ୍ରମନ୍ତ୍ରୀ ହରସିମରତ କୌର ବାଦଲ କରୋନା ପଜିଟିଭ୍
  • ||
  • ଭୁବନେଶ୍ବର : ସଂକ୍ରମଣ ଆଗକୁ ଆହୁରି ବଢି ବଢି ଚାଲିବ – ସ୍ବାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଗୀତିକାର ପଣ୍ଡିତ କିରଣ ମିଶ୍ରଙ୍କ ଦେହାନ୍ତ: ୧୫ ଦିନ ପୂର୍ବରୁ ନେଇଥିଲେ ଭ୍ୟାକସିନ୍
  • ||
  • ଦ୍ୱିତୀୟ ଥର ପାଇଁ କରୋନା ସଂକ୍ରମିତ ହେ​‌ଲେ ମୁଖ୍ୟମନ୍ତ୍ରୀ ବି. ଏସ୍‌. ୟେଦିୟୁରପ୍ପା, କିଛି ଦିନ ପୂର୍ବେ ନେଇଥିଲେ ଭ୍ୟାକସିନ୍‌
  • ||
  • ଭୁବନେଶ୍ବର : ଭୁବନେଶ୍ବର UPDରେ ଜାରି ହେବ ୧୪୪ ଧାରା, ୨୭ଟି ସ୍ଥାନରେ ମୁତୟନ ହେବେ ବ୍ୟାପକ ପୋଲିସ
  • ||
  • ଭୁବନେଶ୍ବର : ଦଳବିରୋଧୀ କାର୍ଯ୍ୟ ପାଇଁ ସୁନ୍ଦରଗଡର ୨ ବିଜେଡି ନେତା ନିଲମ୍ବିତ
  • ||

ଭାରସାମ୍ୟ ହରାଇଲା ଗାଡ଼ି : ଶାଳ ଗଛରେ ପିଟିହେଲା କୁକୁଡ଼ା ବୋଝେଇ ପିକ୍ଅପ୍ ଭ୍ୟାନ୍, ଡ୍ରାଇଭର ମୃତ

4/04/2021 at 8:35 AM

କରଞ୍ଜିଆ ୦୪।୦୪: ଗଛରେ ପିଟିହେଲା କୁକୁଡ଼ା ବୋଝେଇ ଭ୍ୟାନ୍‌ । ଦୁର୍ଘଟଣାରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ହେଲପର ଗୁରୁତର ହୋଇଛନ୍ତି । ସେଠାରୁ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର ମେଡିକାଲରେ ଭର୍ତ୍ତି କରାଯାଇଛି । କରଞ୍ଜିଆ ଠାକୁରମୁଣ୍ଡା ରୋଡ ଚାଇଁବାଇଁଶି ପଟ୍ରୋଲ ପମ୍ପ ନିକଟରେ ଘଟିଛି ଦୁର୍ଘଟଣା ।

ଖବର ଅନୁଯାୟୀ, କେନ୍ଦୁଝର ଅଞ୍ଚଳର ବିଜୟ ଲୋହାର କୁକୁଡ଼ା ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ଟି କପିଳାସରୁ କରଞ୍ଜିଆ ଦେଇ ଠାକୁରମୁଣ୍ଡା ଆସୁଥିଲେ । ଠିକ୍‌ ଏହି ସମୟରେ କରଞ୍ଜିଆ ଠାକୁରମୁଣ୍ଡା ରୋଡ ଚାଇଁବାଇଁଶି ପଟ୍ରୋଲ ପମ୍ପ ନିକଟରେ ଗାଡିଟି ଭାରସାମ୍ୟ ହରାଇ ଏକ ଶାଳ ଗଛରେ ପିଟି ହୋଇଥିଲା । ଯାହାଫଳରେ କି ଗାଡିରେ ଥିବା ଡ୍ରାଇଭର ବିଜୟ ଲୋହାରଙ୍କ ମୃତ୍ୟୁ ହୋଇଥିବା ବେଳେ ହେଲପର ଗୁରୁତର ହୋଇଛନ୍ତି । ହେଲପରଙ୍କୁ ପ୍ରଥମେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଠାକୁରମୁଣ୍ଡ ମେଡିକାଲ ଓ ପରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି ।

   Related Posts