Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||
  • ଟାଙ୍ଗୀ : ତାରିଣୀ ଦର୍ଶନ ସାରି ଫେରୁଥିଲେ, ଅଧାରାସ୍ତାରେ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||

ନିଦରେ ଡ୍ରାଇଭରଙ୍କ ଆଖି ଲାଗି ଯିବାରୁ ଭୟଙ୍କର ଦୁର୍ଘଟଣା, ସ୍କର୍ପିଓକୁ ଧକ୍କା ଦେଲା କଣ୍ଟେନର, ୮ ମୃତ

11/03/2021 at 8:06 AM

ଆଗ୍ରା, ୧୧|୦୩ : ଆଗ୍ରା -କାନପୁର ରାସ୍ତାରେ ଗୁରୁବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୮ ଜଣ ପ୍ରାଣ ହରାଇଛନ୍ତି । ଏହାସହ ଅନ୍ୟ ୪ଜଣ ଗୁରୁତର ହୋଇଛନ୍ତି । ସମସ୍ତ ମୃତାହତ ଗୋଟିଏ ପରିବାରର ବୋଲି ଜଣାପଡିଛି ।

ସୂଚନାନୁସାରେ, ଆତ୍ମାଉଦ୍ୟୋଲା ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଥିଲା । ଝାଡଖଣ୍ଡ ନମ୍ବରର ଏକ ସ୍କର୍ପିଓକୁ ଏକ କଣ୍ଟେନର ଧକ୍କା ଦେଇଥିଲା । ଏହି ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ସ୍କର୍ପିଓରେ ବସିଥିବା ୮ଜଣ ଘଟଣାସ୍ଥଳରେ ପ୍ରାଣ ହରାଇଥିଲେ । ଦୁର୍ଘଟଣାର ଶବ୍ଦ ଶୁଣି ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ରୁଣ୍ଡ ହୋଇଥିେ । ଏହାସହ ପୋଲିସକୁ ମଧ୍ୟ ଖବର ଦେଇଥିଲେ । ଉଭୟ ପୋଲିସ ଓ ସ୍ଖାନୀୟ ଲୋକେ ମୃତଦେହକୁ ସ୍କର୍ପିଓ ମଧ୍ୟରୁ ଉଦ୍ଧାର କରିଥିଲେ । ଏହାସହ ୪ଜଣଙ୍କ ଅବସ୍ଥା ଗୁରୁତର ଥିଲା । ସେମାନଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।

ପୋଲିସର କହିବାନୁସାରେ, ଡ୍ରାଇଭରକୁ ନିଦ ଆସିବାରୁ ଏହି ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି । ତେବେ ମୃତାହତଙ୍କ ପରିଚୟ ମିଳିପାରି ନାହିଁ ।

   Related Posts