୨ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ୨ ମୃତ

Published By : Prameya-News7 Bureau | July 10, 2021 IST

ଜଳେଶ୍ୱର, ୧୦/୦୭: ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା । ଜୀବନ ହାରିଲେ ୨  ଆରୋହୀ ।ଏପରି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅଞ୍ଚଳରେ ।

ସୂଚନା ଅନୁସାରେ, ବସ୍ତା ଥାନା ନିକଟ ୬୦ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ  ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ବାଇକରେ ଥିବା ଆରୋହୀ ତଳେ ପଡିଯାଇଥିଲେ । ଘଟଣାସ୍ଥଳରେ ହିଁ ୨ଜଣଙ୍କ ମୃତ୍ୟୁ ହୋଇଥିଲା । ଅନ୍ୟ ୨ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ବାଲେଶ୍ୱର ମୁଖ୍ୟ ଡାକ୍ତରଖାନାକୁ ପଠାଯାଇଛି । ତେବେ ମୃତାହତଙ୍କ ପରିଚୟ ମିଳିପାରି ନାହିଁ । ପୋଲିସ ଘଟଣାସ୍ଥଳରେ ପହଁ ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.