Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ବାଇକକୁ ଧକ୍କା ଦେଲା ଟ୍ରକ୍, ଜଣେ ମୃତ : କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ

22/10/2021 at 8:17 AM

ସାନଖେମୁଣ୍ଡି, ୨୨/୧୦: ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ଶ୍ରୀଚନ୍ଦନପୁର ସାମନ୍ତରାୟପୁର ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବାଇକକୁ ପିଟିଲା ଟ୍ରକ । ଘଟଣା ସ୍ଥଳରେ ଜଣେ ପ୍ରାଣ ହରାଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି  ।ମୃତକ ହେଲେ ସାମନ୍ତରାୟପୁର ଗାଁର ମୋହନ ଗୌଡ଼ ।

ସୂଚନାନୁସାରେ, ଶୁକ୍ରବାର ସକାଳେ ୨ ଜଣ ଯୁବକ ଏକ ବାଇକରେ ଘାସ କାଟିବାକୁ ଯାଉଥିଲେ । ଏହି ସମୟରେ ଦିଗପହଣ୍ଡିରୁ ସେରଗଡ଼ ଆସୁଥିବା ଏକ ଟ୍ରକ୍ ବାଇକକୁ ଧକ୍କା ଦେଇଥିଲା । ଏଥିରେ ଚାଳକ ଗୁରୁତର ହୋଇଥିବା ବେଳେ ପଛରେ ବସିଥିବା ଆରୋହୀ ମୋହନ ପ୍ରାଣ ହରାଇଛନ୍ତି ।  ଏପରିକି ଟ୍ରକ୍ ତାଙ୍କୁ ଚାପି ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା ।

ଦୁର୍ଘଟଣା ପରେ ଟ୍ରକ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ସୂଚନା ମିଳିଛି । ତେବେ ମୃତକଙ୍କ ପରିବାରକୁ କ୍ଷତି ପୂରଣ ଦାବିରେ ଜାତୀୟ ରାଜପଥକୁ ସ୍ଥାନୀୟ ବାସିନ୍ଦା ରୋକ୍ କରି ରଖିଛନ୍ତି । ପାଟପୁର ଆଇଆଇସି ଓ ସାନଖେମୁଣ୍ଡି ଅତିରିକ୍ତ ତହସିଲଦାର ଘଟଣାସ୍ଥଳରେ ପହଁଚି ଲୋକଙ୍କୁ ବୁଝାସୁଝା କରୁଥିବା ସୂଚନା ମିଳିଛି ।

   Related Posts