Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଧକ୍କା ଦେଲା ମାଟି ବୋଝେଇ ଟ୍ରାକ୍ଟର, ଚାଲିଗଲା ଜଣଙ୍କ ଜୀବନ

24/02/2021 at 9:32 AM

ନୀଳଗିରି ୨୪।୦୨ : ବାଲେଶ୍ୱର ଜିଲ୍ଲା ନୀଳଗିରି ଜୁରିଆପାଟଣା ଛକ ନିକଟରେ ଦୁର୍ଘଟଣା । ଟ୍ରାକ୍ଟର ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ଯୁବକଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ନୀଳଗିରି ଏନଏସି ଅଧିନ ବାଳିଗୋହିରୀ ଅଞ୍ଚଳର ଅଭିଷେକ ରାଉତ, ବରିସାହି ଗାଁର ମନିଶ ସ୍ୱାଇଁ, ବିମ୍ବୁରିଆ ଗାଁର ବିଶ୍ଵଜିତ ମହାପାତ୍ର, କଟକ ଅଞ୍ଚଳର ବିଶ୍ଵଜିତ ସାମଲ ଦୁଇଟି ବାଇକରେ ବଉଳଗଡ଼ିଆ ଆଡୁ ନୀଳଗିରିକୁ ଆସୁଥିଲେ । ଶ୍ୟାମସୁନ୍ଦରପୁର ନିକଟ ଜୁରିଆପାଟଣା ଛକ ନିକଟରେ ହଠାତ ଏକ ମାଟି ବୋଝେଇ ଟ୍ରାକ୍ଟର ଆଗକୁ ଆସିଯାଇଥିଲା । ଯାହାଫଳରେ କି ବାଇକ ଓ ଟ୍ରାକ୍ଟର ମଧ୍ୟ ଦୁର୍ଘଟଣା ଘଟିଥିଲା ।

ଦୁର୍ଘଟଣାରେ  ଅଭିଷେକ ଓ ମନିଶ ଗୁରୁତର ହୋଇଥିଲା । ସେଠାରୁ ସେମାନଙ୍କୁ  ନୀଳଗିରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ଅଭିଷେକଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବାଲେଶ୍ଵର ସ୍ଥାନାନ୍ତର କରାଯାଇଥିଲା । ହେଲେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ । ସେପଟେ ମନିଶ ଗୁରୁତର ଅବସ୍ଥାରେ ନୀଳଗିରି ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ସେହିପରି ଅନ୍ୟ ଦୁଇ ଯୁବକ ସାମାନ୍ୟ ଆହତ ହୋଇଛନ୍ତି। ଦୁର୍ଘଟଣା ଘଟାଇଥିବା ଟ୍ରାକ୍ଟରଟି ଘଟଣାସ୍ଥଳରୁ ଫେରାର ହୋଇଯାଇଛି।

   Related Posts