ଲୁହାପଥର ବୋଝେଇ ଟ୍ରକ୍ ଧକ୍କାରେ ମହିଳାଙ୍କ ମୃତ୍ୟୁ, ଜାତୀୟ ରାଜପଥ ଅବରୋଧ କଲେ ଲୋକେ

Published By : Prameya-News7 Bureau | June 28, 2021 IST

ରାଇରଙ୍ଗପୁର,୨୮/୦୬:   ଲୁହାପଥର ବୋଝେଇ ଟ୍ରକ ଧକ୍କାରେ ମହିଳାଙ୍କ ମୃତ୍ୟୁ। ଏପରି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ବହଳଦା ଥାନା ଅଞ୍ଚଳରେ ।

ସୂଚନା ଅନୁସାରେ, ବହଳଦା ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥର କାଦୁଆଣି ଛକ ନିକଟରେ ଦୁର୍ଘଟଣା ଘଟିଛି । ଏକ ଲୁହା ପଥର ଟ୍ରକ୍ ଧକ୍କାରେ ଜଣେ ମହିଳା ପ୍ରାଣ ହରାଇଛନ୍ତି । ମୃତ ମହିଳା ହେଲେ ବିଶୋଇ ଥାନା କାଦପାଣି ଗାଁର ସ୍ବପ୍ନା ବୈଠ ।

ତେବେ ଦୁର୍ଘଟଣା ପରେ ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା । ସ୍ଥାନୀୟ ଲୋକେ ଜାତୀୟ ରାଜପଥ ଅବରୋଧ କରିବା ସହ କ୍ଷତିପୂରଣ ଦାବି କରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.