Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||

ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣାଗ୍ରସ୍ତ : ନାବାଳକ ମୃତ, ୨ ଗୁରୁତର

18/04/2021 at 10:32 AM

ଦାରିଙ୍ଗବାଡ଼ି, ୧୮/ : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ଥାନା ଅନ୍ତର୍ଗତ ଡବେରୀ ବୁଲାଣିରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା । ରବିବାର ସକାଳେ ଏକ ବାଇକ ଦୁର୍ଘଟଣାଗ୍ରସ୍ତ ହେବାରୁ ଜଣେ ନାବାଳକ ପ୍ରାଣ ହରାଇଛନ୍ତି ।

ଏହାସହ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ଜଣକ ହେଲେ ବି.ଡକେବାଡ଼ି ଗ୍ରାମର ଆମ୍ବେଦକର ମଳିକ(୧୬) । ସେହିପରି ଗୁରୁତର ଦ୍ୱୟ ହେଲେ ଜୁଦେନ ମଳିକ(୧୮) ଓ ପ୍ରଶାନ୍ତ ପ୍ରଧାନ(୧୭) ।

ସୂଚନା ଅନୁସାରେ, ୩ ଜଣ ଯୁବକ ଏକ ବାଇକ ଯୋଗେ ବାଲାପାଙ୍ଗା ଗ୍ରାମକୁ ଯାଇ ଦାରିଙ୍ଗବାଡ଼ି ଫେରୁଥିଲେ । ତେବେ ଡ଼ବେରୀ ନିକଟରେ ଥିବା ବୁଲାଣିରେ ବାଇକ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଦାରିଙ୍ଗବାଡ଼ି ଅଗ୍ନିଶମ ବିଭାଗ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ୩ ଜଣଙ୍କୁ ଉଦ୍ଧାର କରି ଦାରିଙ୍ଗବାଡ଼ି ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । କିନ୍ତୁ ସେଠାରେ ଡାକ୍ତର ଆମ୍ବେଦକର ମଳିକଙ୍କୁ ମୃତ ଘୋଷଣା କରିଥିଲେ ।

ଅପର ପକ୍ଷରେ ଜୁଦେନ ଓ ପ୍ରଶାନ୍ତ ଗୁରୁତର ହୋଇ ଚିକିତ୍ସିତ ହେଉଛନ୍ତି । ଦାରିଙ୍ଗବାଡ଼ି ଥାନା ଏସଆଇ ସୌମ୍ୟରଞ୍ଜନ ଜେନା ମେଡିକାଲରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

   Related Posts