Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ଇଞ୍ଜିନିୟରଙ୍କ ଉପରେ ଚଢିଗଲା ଟ୍ରକ୍, ଘଟଣାସ୍ଥଳରେ ହିଁ ଚାଲିଗଲା ଜୀବନ

8/07/2021 at 8:49 AM

ପାଟଣା, ୦୮/୦୭: ବାଇକ ଆରୋହୀଙ୍କ ଉପରେ ଚଢ଼ିଗଲା ଟ୍ରକ । ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଲେ ବାଇକ ଚାଳକ । ଏପରି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ପାଟଣା ଅଞ୍ଚଳରେ ।

ସୂଚନା ଅନୁସାରେ,  ପାଟଣା ଦେଇ ଯାଇଥିଲା ୪୯ ନମ୍ବର ଜାତୀୟ ରାଜପଥ ଖୀରେଇଟାଙ୍ଗିରୀ ଶିଶୁ ମନ୍ଦିର ନିକଟରେ ଦୁର୍ଘଟଣା ଘଟିଛି ।ଏକ ଟ୍ରକ୍ ବାଇକ୍ ଉପରେ ଚଢିଯିବାରୁ ଆରୋହୀ ଜଣଙ୍କ ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଛନ୍ତି ।ମୃତକ ହେଲେ ବାରିପଦା ବୁଢ଼ାମରା ଅଞ୍ଚଳର ବେଣୁଧର ଗୋଛାୟତ ।

ସେ କେନ୍ଦୁଝର ଆଗ୍ରୋ ଇଲେକଟ୍ରିକାଲରେ ଯନ୍ତ୍ରୀ ଭାବେ କାର୍ଯ୍ୟରତ । ତେବେ ଦୁର୍ଘଟଣା ଘଟାଇଥିବା ଟ୍ରକ ଡ୍ରାଇଭର ଫେରାର ହୋଇଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts