ହାଇଓ୍ବା ଧକ୍କାରେ ଜଣେ ଶିଶୁଙ୍କ ସମେତ ୬ ଜଣଙ୍କ ମୃତ୍ୟୁ: ଚାଲି ଚାଲି ଯିବା ବେଳେ ପଛରୁ ମାଡିଗଲା

Published By : Prameya-News7 Bureau | November 24, 2020 IST

ନୟାଗଡ଼୨୪/୧୧: ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ହାଇଓ୍ବା ଧକ୍କାରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ରାସ୍ତାରେ ଚାଲି ଚାଲି ଯିବା ବେଳେ ପଛରୁ ୬ ଜଣଙ୍କୁ ହାଇଓ୍ବା ଧକ୍କା ଦେଇଥିଲା। ନୟାଗଡ଼ା ଶରଣକୁଳ ହାଇସ୍କୁଲ ନିକଟରେ ଏହି ଦୁର୍ଘଟଣା ଘଟିଛି।

ଦୁର୍ଘଟଣା ଘଟଣା ପରେ ହାଇଓ୍ବା ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ମୃତକଙ୍କ ମଧ୍ୟରେ ୩ ଜଣ ପୁରୁଷ ଏବଂ ୨ ମହିଳା ଅଛନ୍ତି। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ମୃତ ୬ ଜଣଙ୍କ ମଧ୍ୟରେ ଜଣେ ଶିଶୁ ରହିଛି। ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ୍ ଏବଂ ଲୋକମାନେ ରୁଣ୍ଡ ହୋଇଛନ୍ତି। ମିଳିଥିବା ସୂଚନା ଅନୁସାରେ ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖିବାକୁ ମିଳିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.