Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜାନୁଆରୀ ୨୭, ସକାଳେ ଜେଲ୍‌ରୁ ମୁକୁଳିପାରନ୍ତି ଭି.କେ. ଶଶିକଳା
  • ||
  • ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ଖୋଲିଵାକୁ ସରକାରଙ୍କ ନିଷ୍ପତ୍ତି
  • ||
  • କଟକ:କାଲିଠାରୁ ଖୋଲିଵ ନେତାଜୀ ସଂଗ୍ରହାଳୟ
  • ||
  • ରାଇରଙ୍ଗପୁର: ଗୋରୁମହିଷାଣି ପୋଲିସର ସଡକ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ, ସାମିଲ ଥିଲେ ସ୍ଥାନୀୟ ଲୋକେ
  • ||
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||

ବାଇକ୍‌ ଉପରେ ମାଡିଗଲା ଟ୍ରକ, ଘଟଣାସ୍ଥଳରେ ଆଖି ବୁଜିଲେ ଭାଗ୍ୟବାନ

6/01/2021 at 3:50 PM

ଢ଼େଙ୍କାନାଳ୬/୧: ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ। ଘଟଣାସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ। ଏହି ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଟ୍ରକ ଡ୍ରାଇଭର ଫେରାର ହୋଇଯାଇଛି। ଢ଼େଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନ ଅନ୍ତର୍ଗତ ଆମ୍ବପଳାସ ଗାଁ ଅଞ୍ଚଳର ମଧୁବନ ଛକରେ ଏଭଳି ଦୁର୍ଘଟଣା ଘଟିଛି। ମୃତକ ହେଲେ ପରଜଙ୍ଗ ଥାନା ପଡିଆଭଙ୍ଗା ଗ୍ରାମର ଭାଗ୍ୟବାନ ସାହୁl

ସୂଚନାଯୋଗ୍ୟ ଯେ, ବୁଧବାର ସକାଳୁ ଭାଗ୍ୟବାନ ବାଇକ ଚଳାଇ ପରଜଙ୍ଗ ଆଡୁ ଫେରୁଥିଲେ। ପୁଣି ବାଇକରେ କୋଇଲା ବସ୍ତା ମଧ୍ୟ ରଖିଥିଲେ। ଏହି ସମୟରେ ଟ୍ରକଟି ଦ୍ରୁତଗତିରେ ଆସି ବାଇକ ଉପରେ ମାଡି ଯାଇଥିଲା। ଏହି ଦୁର୍ଘଟଣାରେ ଭାଗ୍ୟବାନଙ୍କ ଜୀବନ ଚାଲିଗଲା। ଘଟଣାସ୍ଥଳରେ ପରଜଙ୍ଗ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଚଳାଇଛି। ଏହି ଦୁର୍ଘଟଣା ଯୋଗୁଁ ରାସ୍ତାରେ ସ୍ଥାନୀୟ ଲୋକେ ରୁଣ୍ଡ ହୋଇଥିଲେ। କିଛି ସମୟ ପାଇଁ ଯାତାୟାତରେ ବାଧାପ୍ରାପ୍ତ ହୋଇଥିଲା।

   Related Posts