Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

କାର୍-କାର୍‌ ମୁହାଁମୁହିଁ ଧକ୍କା, ୪ମୃତ

9/02/2020 at 10:06 AM

କୋଲକାତା ୦୯।୦୨: ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଚାଲିଗଲା ୪ଜଣଙ୍କ ଜୀବନ । କୋଲକାତା ବିରଭୂମି ନିକଟରେ ସଡକ ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

ସୂଚନାଯୋଗ୍ୟ ଯେ, ରବିବାର ସକାଳ ସମୟରେ କୋଲକାତା ବିରୁଭୂମି ନିକଟରେ ଦୁଇଟି କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ବିପରୀତ ଦିଗରୁ ଉଭୟ କାର ଆଶୁଥିବା ସମୟରେ ଏହି ଦୁର୍ଘଟଣା ଘଟିଛି । ତେବେ ଘନକୁହୁଡି ଲାଗି ଦୁର୍ଘଟଣା ହୋଇଥିବା ଅନୁମାନ କରାଯାଉଛି । ତେବେ ଦୁର୍ଘଟଣା ଫଳରେ ଘଟଣାସ୍ଥଳରେ ୪ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆହତ ଥିବା ବ୍ୟକ୍ତି ଖବର ମିଳି ନାହିଁ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଜବତ କରିଛି । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ ।  

   Related Posts