Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ବରଗଡ଼: ‘ନୋ କ୍ଲାସ୍ ନୋ ଫି’ ଦାବିରେ ଜିଲ୍ଲାପାଳଙ୍କୁ ଘେରିଲେ କଲେଜ ଛାତ୍ରଛାତ୍ରୀ
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ମାଲକାନଗିରି :ପଡିଆ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ମେଡିକାଲ ଅଫିସରଙ୍କୁ ଗିରଫ କଲା ଭିଜିଲାନ୍ସ
  • ||
  • ମାଲକାନଗିରି : ଜମିବାଡି ବିବାଦରୁ ହତ୍ୟାକାଣ୍ଡ ! ହତ୍ୟା କରି ଫିଙ୍ଗିଦେଲେ ଘର ଆଗରେ
  • ||
  • ଝାରସୁଗୁଡା : ଟେଣ୍ଟ ହାଉସ୍ ଗୋଦାମରେ ଅଗ୍ନିକାଣ୍ଡ, ୫୦ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ଭସ୍ମୀଭୂତ
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||
  • କଟକ : ଘରୋଇ ସ୍କୁଲ ଫି’ କମାଇବା ମାମଲା : ଫି’ କେତେ କମିବ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ||

କାର୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କା ; ଜଣେ ମୃତ, ୨ଗୁରୁତର

22/10/2020 at 11:50 AM

ଯାଜପୁର ୨୧।୧୦ : ଯାଜପୁର ୧୬ନଂ ଜାତୀୟ ରାଜପଥ ପାଣିକୋଇଲି ଥାନା ମୁକୁନ୍ଦବିନ୍ଧା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଟ୍ରକ ଓ କାର୍‌ ମଧ୍ୟରେ ମୁହାଁମୁହାଁ ଧକ୍କା ହୋଇଛି । ଯାହାଫଳରେ ଘଟଣାସ୍ଥଳରେ କାର୍‌ ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଚିକିତ୍ସା ନିମନ୍ତେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ଜୀତୟ ରାଜପଥ ସଂପ୍ରସାରଣ କାର୍ଯ୍ୟ ଚାଲୁ ରହିଛି । ପାଇକୋଇଲି ମୁକୁନ୍ଦବିନ୍ଧା ନିକଟରେ ଗୋଟିଏ ପଟ ରାସ୍ତ ବନ୍ଦ କରାଯାଇଥିବା ବେଳେ ଅନ୍ୟ ପଟ ରାସ୍ତାରେ ଯାନବାହାନ ଚଳାଚଳ କରାଯାଉଛି । ଆଜି ଏକ କାର୍‌ ଅନ୍ୟ ଗାଡ଼ିକୁ ଓଭରଟେକ୍ କରିବା ସମୟରେ ବିପରୀତ ଦିଗରୁ ଆସୁଥିବା ଆଉ ଏକ ଟ୍ରକକୁ ଧକ୍କା ଦେଇଥିଲା ।ଯାହାଫଳରେ କି ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଦୁର୍ଘଟଣାରେ ଗାଡିକୁ ଚୁର୍‌ମାର୍ ହୋଇଯାଇଛି ।

ତେବେ ଦୁର୍ଘଟଣାରେ କାର୍‌ ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ କାର୍‌ରେ ଥିବା ଅନ୍ୟ ୨ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି ।ସମସ୍ତ ଆହତଙ୍କୁ ପ୍ରଥମେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ପରେ ତାଙ୍କ ସ୍ୱସ୍ଥ୍ୟବସ୍ଥା ବିଗିଡିବାରୁ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ତେବେ ବର୍ତ୍ତମାନ ସୁଦ୍ଧା ମୃତାହତଙ୍କ ପରିଚୟ ମିଳିପାରିନାହିଁ । ସେପଟେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି ।  

   Related Posts