Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୬କୁ ବୃଦ୍ଧି
  • ||
  • ଭୁବନେଶ୍ବର : ୪ ଦିନିଆ ରିମାଣ୍ଡରେ ଯିବେ ୨ କଣ୍ଟ୍ରାକ୍ଟ କିଲର, ଏସଡିଜେଏମ୍ କୋର୍ଟ ଦେଲେ ଅନୁମତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୫ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୫୫ କରୋନା ସଂକ୍ରମିତ, ୧୦୫୦୭୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ସୁନ୍ଦରଗଡ : ସ୍ୱାମୀ ସାଜିଲା ସୈତାନ୍, କୁରାଢି ଚୋଟରେ ନେଇଗଲା ସ୍ତ୍ରୀର ଜୀବନ
  • ||
  • ୬ ଦିନିଆ ରିମାଣ୍ଡରେ ଆସିବ ଠକ ପ୍ରଜ୍ଞା, ଅନୁମତି ଦେଲେ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ
  • ||
  • ଘୋଷଣା ହେଲା ଜ୍ଞାନପୀଠ ପୁରସ୍କାର : ୨୦୨୧ ପାଇଁ ନୀଳମଣି ଫୁକନ, ୨୦୨୨ ପାଇଁ କୌଙ୍କଣୀ ସାହିତ୍ୟିକ ଦାମୋଦେର ମୌଜଙ୍କୁ ସମ୍ମାନ
  • ||

ବସ୍-ବୋଲେରୋ ମୁହାଁମୁହିଁ ଧକ୍କା : ୭ ମୃତ, ୩୦ରୁ ଅଧିକ ଆହତ

17/10/2020 at 7:45 AM

ପିଲଭୀତ ୧୭।୧୦: ଉତ୍ତର ପ୍ରଦେଶର ପିଲଭୀତର ପୁରାଣପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୭ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୨ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ଆଜି ଭୋର ସମୟରେ ପିଲଭିତ୍‌ ପୁରାନପୁର ଅଞ୍ଚଳରେ ଏକ ବସ୍‌ ଓ ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । । ଉଭୟ ଗାଡ଼ିର ଚାଳକମାନେ ନିୟନ୍ତ୍ରଣ ହରାଇବାରୁ ଦୁର୍ଘଟଣା ଘଟିଛି ବୋଲି ସ୍ଥାନୀୟ ଲୋକେ କହିଛନ୍ତି । ଯାତ୍ରୀବାହୀ ବସ ଓ ବୋଲେରୋ ମୁହାଁମୁହିଁ ଧକ୍କା ହେବା ଫଳରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୨ ଜଣ ଆହତ ହୋଇଛନ୍ତି । ଆହତମାନଙ୍କ ମଧ୍ୟରୁ କିଛି ଲୋକ ଗୁରୁତର ଅଛନ୍ତି । ସମସ୍ତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

   Related Posts