Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରାର୍ଥୀ ତାଲିକା ଘୋଷଣା କଲେ ମମତା ବାନାର୍ଜୀ : ନନ୍ଦିଗ୍ରାମରୁ ଲଢିବେ ଦିଦି, ମୁସଲିମ ପ୍ରାର୍ଥୀଙ୍କୁ ପ୍ରାଧାନ୍ୟ
  • ||
  • ଆଠଗଡ : କାଜୁ ବଗିଚାରୁ ଅଜଣା ମହିଳାଙ୍କ ମୃତଦେହ ଠାବ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭଦ୍ରକ : ସେବା ସମବାୟ ସମିତିରେ ଧାନ କିଣାକୁ ନେଇ ବ୍ୟାପକ ଜାଲିଆତି, ଡାଟା ଏଣ୍ଟ୍ରି ଅପରେଟର ଓ ସମ୍ପାଦକ ନିଲମ୍ବିତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୧ କୋଭିଡ୍ ପଜିଟିଭ୍, ୩୩୭୬୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେବଗଡ : ଅଭିଯୋଗକାରିଣୀଙ୍କୁ ଲାଞ୍ଚ ମାଗି ନିଲମ୍ବିତ ହେଲେ ଏଏସଆଇ
  • ||
  • ନୀଳଗିରି : ମହିଳା ସମିତି ସଭ୍ୟାଙ୍କୁ ଦୁର୍ବ୍ୟବହାର ଅଭିଯୋଗ, ବିଜେଡି ବିଧାୟକ ପ୍ରାର୍ଥୀଙ୍କ ନାଁରେ ମାମଲା ରୁଜୁ
  • ||
  • ବିନିକା : ସହିପାରିଲେନି ବାପଘରୁ ବିଦା ହେବାର ଦୁଃଖ, କାନ୍ଦି କାନ୍ଦି ଚାଲିଗଲା ନବବଧୂଙ୍କ ଜୀବନ
  • ||
  • ଆଠଗଡ : ବାଇକ୍‌କୁ ଧକ୍କା ଦେଲା ‘ନିଶା’ : ଆରୋହୀ ମୃତ, ବସ୍ ଡ୍ରାଇଭର ଫେରାର
  • ||
  • ବଲାଙ୍ଗିର : ନାଳରୁ ଯୁବକଙ୍କ ମୃତଦେହ ଉଦ୍ଧାର, ବେଡ୍‌ସିଟ୍ ଗୁଡାଇ ଛାତ ଉପରୁ ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ବାରଙ୍ଗ : ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା : ସିନ୍ ରିକ୍ରିଏସନ୍ କଲା ସିବିଆଇ ଟିମ୍, ବିବନ ବଖାଣିଲା ୨୨ବର୍ଷ ତଳର ଲୋମଟାଙ୍କୁରା ଘଟଣା
  • ||

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ରାସ୍ତାକଡ଼ରେ ଶୋଇଥିବା ବେଳେ ମାଡିଗଲା ଟ୍ରକ, ୧୪ ଶ୍ରମିକ ମୃତ

19/01/2021 at 8:16 AM

ସୁରତ ୧୯।୦୧: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଆଖିପିଛୁଲାକେ ଲିଭିଗଲା ୧୪ଜଣଙ୍କ ଶ୍ରମିକଙ୍କ ଜୀବନ ଦୀପ । ଦୁର୍ଘଟଣାରେ ୧୪ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ କିଛି ଶ୍ରମିକ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଆହତଙ୍କ ମଧ୍ୟରୁ କିଛି ଶ୍ରମିକଙ୍କ ଅବସ୍ଥା ଗୁରୁତର ଥିବା ସୂଚନା ମିଳିଛି । ତେବେ  ମୃତକଙ୍କ ମଧ୍ୟରେ ଗୋଟିଏ ଶିଶୁ ଥିବା ମଧ୍ୟ ଜଣାପଡିଛି ।

ଖବର ଅନୁଯାୟୀ, ଆଖୁ ଭର୍ତ୍ତି ଏକ ଟ୍ରକ ଖୁବ୍‌ ଜୋରରେ ଆସିଥିଲା । ହଠାତ୍‌ ଗାଡିଟି ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଶ୍ରମିକଙ୍କ ପାଇଁ କାଳ ସାଜିଛି । ରାସ୍ତାକଡ଼ରେ ଛିଡା ହୋଇଥିବା ୧୮ଜଣ ଶ୍ରମିକଙ୍କ ଧକ୍କା ଦେଇଥିଲା । ଯାହାଫଳରେ କି ସେମାନଙ୍କ ମଧ୍ୟରେ ୧୪ଜଣ ଶ୍ରମିକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଛି । ସେହିପରି ଅନ୍ୟ କିଛି ଜଣ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସେଠାରେ ସେମାନଙ୍କ ଚିକିତ୍ସା ଜାରି ରହିଛି । ଗୁଜୁରାଟ ସୁରତର ପିପଲୋଦ ଗାଁରେ ଏହି ଦୁର୍ଘଟଣା ଘଟିଛି ।

ତେବେ ମିଳିଥିବା ସୂଚନାନୁସାରେ ମେଡିକାଲରେ ଚିକିତ୍ସାଧୀନ ରହିଥିବା ଶ୍ରମିକଙ୍କ ଅବସ୍ଥା ଗୁରୁତର  ରହିଛି । ଲଗାତର ଭାବେ ସେମାନଙ୍କ ଉପରେ ଡାକ୍ତରୀ ଟିମ୍ ନଜର ରଖିଛନ୍ତି । ତେବେ ମୃତାହତ ଶ୍ରମିକମାନେ ରାଜସ୍ଥାନର ବାସଓ୍ୱାଡା ଜିଲ୍ଲାର କୁଶଲଗଡ଼ର ବାସିନ୍ଦା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି । ପୋଲିସକୁ କିଛି ମୃତକଙ୍କ ପରିଚୟ ହସ୍ତଗତ ହୋଇଛି ବୋଲି ସୂଚନା ମିଳିଛି ।

   Related Posts