Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପି ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା : ଇସ୍ତଫା ଦେଲେ ଆରପିଏନ୍ ସିଂହ, ବିଜେପିରେ ହେବେ ସାମିଲ୍
  • ||
  • ଫୁଟବଲ ମ୍ୟାଚ୍ ଦେଖିବା ପାଇଁ ଦଳାଚକଟା : ୬ ମୃତ, ୫୦ରୁ ଅଧିକ ଗୁରୁତର
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||
  • ଇନ୍ଦୋରରେ ଓମିକ୍ରନ୍ ଭାରିଆଣ୍ଟର ନୂଆ ଷ୍ଟ୍ରେନ୍, ୬ ଶିଶୁଙ୍କ ସମେତ ୧୨ ରୋଗୀ ସଂକ୍ରମିତ
  • ||
  • କରଞ୍ଜିଆ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ : ଭାଙ୍ଗିଲା ଘର, ନଷ୍ଟ କଲା ଫସଲ
  • ||

ପୋଲିସ ଆଉଟ୍ ପୋଷ୍ଟରେ ଯୁବତୀଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗ, ହୋମଗାର୍ଡଙ୍କ ସମେତ ୩ ଅଟକ

27/11/2021 at 4:01 PM

ଚୌଦ୍ବାର ୨୭।୧୧: ଟାଙ୍ଗୀ ଥାନା ମଙ୍ଗୁଳି ପୋଲିସ ଆଉଟ ପୋଷ୍ଟ ଭିତରେ ଜଣେ ଯୁବତୀଙ୍କୁ ଦୁଷ୍କର୍ମ ଉଦ୍ୟମ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଡ୍ୟୁଟି ସମୟରେ ଜଣେ ହୋମଗାର୍ଡ ଏହି କାଣ୍ଡ ଘଟାଇଥିବା ଅଭିଯୋଗ ହୋଇଛି । ଏହି ଘଟଣା ସାମ୍ନାକୁ ଆସିବା ପରେ ପୋଲିସ ମାମଲା ରୁଜୁ କରିବା ସହ ସଂପୃକ୍ତ ହୋମଗାର୍ଡଙ୍କ ସମେତ ୩ ଜଣଙ୍କୁ ଅଟକ ରଖିଛି । ଘଟଣାର ଅଧିକ ତଦନ୍ତ ଜାରି ରହିଛି ପୋଲିସ।

ଅଭିଯୋଗ ପରେ ସଂପୃକ୍ତ ହୋମଗାର୍ଡଙ୍କ ସମେତ ତିନି ଜଣଙ୍କୁ ଅଟକ ରଖିଛି ଟାଙ୍ଗୀ ପୋଲିସ । ଏହି ଘଟଣାରେ ଟାଙ୍ଗୀ ପୋଲିସ ଗଣମାଧ୍ୟମ ଆଗରେ କିଛି ପ୍ରକାଶ କରିନଥିବା ବେଳେ ଚର୍ଚ୍ଚା ନଥମିବାରୁ ଏହି ଘଟଣାର ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଏକ ବିଶେଷ ସୂତ୍ରରୁ ଖବର ମିଳିଛି ।

ପୂର୍ବରୁ ସନ୍ଦିଗ୍ଧ ଆତଙ୍କବାଦୀ ଅବଦୁଲ୍ ରେହେମାନର ଆଡ୍ଡାସ୍ଥଳୀଠାରୁ ଆରମ୍ଭ କରି ବହୁ ଚୋରା ଓ ନକଲି କାରବାରର ପେଣ୍ଠସ୍ଥଳୀ, ହାଜତରେ ତଣ୍ଟିକାଟି ଆତ୍ମହତ୍ୟା ଉଦ୍ୟମ ଓ ପାଟ୍ରୋଲିଂ ବେଳେ ଲକ୍ଷାଧିକ ଟଙ୍କା ଲୁଟ୍ ମାମଲାରେ ତିନି ଜଣ ପୋଲିସ କର୍ମଚାରୀ ଜେଲ୍ ଯିବା ଆଦି ଘଟଣାରେ ଟାଙ୍ଗୀ ପୋଲିସ ରାଜ୍ୟରେ ବେଶ୍ ଖ୍ୟାତି ଅର୍ଜନ କରିଛି ।

   Related Posts