Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନାଲରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର, ଗାଧୋଇବା ବେଳେ ନିଖୋଜ ହୋଇଯାଇଥିଲେ
  • ||
  • ହାତ ଛାଡିଲେ ପ୍ରଦୀପ ମାଝି, କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା
  • ||
  • ଟ୍ରକ୍‌କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୨ ମୃତ ଓ ୫ ଆହତ
  • ||
  • ବାଇକକୁ ଧକ୍କା ଦେଲା ଟ୍ରକ୍, ଜଣେ ମୃତ : କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ
  • ||
  • ଶିଶୁଙ୍କୁ ଟିକା ପାଇଁ ପ୍ରସ୍ତୁତି ଆରମ୍ଭ, ଶୁକ୍ରବାର ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ପ୍ରଶିକ୍ଷଣ ଦେବ କେନ୍ଦ୍ର
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ, ବିଏସକେଓ୍ୱାଇ ସ୍ମାର୍ଟ କାର୍ଡ ବଣ୍ଟନର କରିବେ ଶୁଭାରମ୍ଭ
  • ||
  • ୨୬ ଯାଏଁ ଶୁଖିଲା ପାଗ : ଧିରେଧିରେ କମିବ ରାତି ତାପମାତ୍ରା, ସକାଳେ କୁହୁଡି
  • ||
  • ମମିତା ମେହେର ହତ୍ୟା ଘଟଣା : ଭୋର୍‌ରେ ଡେମୋ ଦେଖାଇଲା ଅଭିଯୁକ୍ତ ଗୋବିନ୍ଦ ସାହୁ
  • ||

ସ୍ନାତକୋତ୍ତର ଛାତ୍ରଛାତ୍ରୀଙ୍କ ପାଇଁ ଇ-ପାଠ୍ୟକ୍ରମର ଶୁଭାରମ୍ଭ, ଓ୍ୱେବସାଇଟରେ ଉପଲବ୍ଧ ହେବ ୧୧ଟି ବିଷୟବସ୍ତୁ

8/07/2021 at 2:32 PM

ଭୁବନେଶ୍ୱର ୮/୭ : ସ୍ନାତକୋତ୍ତର ଛାତ୍ରଛାତ୍ରୀଙ୍କ ପାଇଁ ଇ-ପାଠ୍ୟକ୍ରମର ଶୁଭାରମ୍ଭ କଲା ଉଚ୍ଚ ଶିକ୍ଷା ବିଭାଗ। ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନ ଅନ୍ତର୍ଗତ ଭର୍ଚୁଆଲ ଟ୍ୟୁଟୋରିଆଲ ପ୍ରକଳ୍ପ ୨୦୧୭ ମସିହାରେ ଆରମ୍ଭ କରାଯାଇଥିଲା । ସମୁଦାୟ ୫ କୋଟି ଟଙ୍କାର ଏହି ପ୍ରକଳ୍ପରେ କେନ୍ଦ୍ର ଓ ରାଜ୍ୟ ସରକାର ୬୦:୪୦ ଅନୁପାତରେ ଅର୍ଥ ପ୍ରଦାନ କରିଥିଲେ ।

ବିଭିନ୍ନ ଅଣ୍ଡର ଗ୍ରାଜୁଏଟ ଛାତ୍ରଛାତ୍ରୀଙ୍କ ପାଇଁ ବିଭିନ୍ନ ବିଷୟରେ ଇ-ଲେକ୍‌ଚର ପ୍ରସ୍ତୁତ କରିବା ନିମନ୍ତେ ଉତ୍କଳ ବିଶ୍ଵବିଦ୍ୟାଳୟର ଦୂର ଏବଂ ନିରନ୍ତର ଶିକ୍ଷା ନିର୍ଦ୍ଦେଶାଳୟଠାରେ ଏକ ଉତ୍ସର୍ଗୀକୃତ ଷ୍ଟୁଡିଓ ନିର୍ମାଣ କରାଯାଇଛି । ଛାତ୍ରଛାତ୍ରୀଙ୍କୁ ସହଜରେ ଉପଲବ୍ଧ କରାଇବା ପାଇଁ ଏନ୍.ଆଇ.ସି. ଦ୍ଵାରା ବିକଶିତ କରାଯାଇଥିବା ଏକ ସ୍ଵତନ୍ତ୍ର ପୋର୍ଟାଲ https://vtputkal.odisha.gov.inରେ ପ୍ରସ୍ତୁତ ଇ-ଲେକ୍‌ଚରଗୁଡ଼ିକ ସ୍ଥାନିତ କରାଯାଇଛି ।

ବର୍ତ୍ତମାନ ପାଇଁ ପ୍ରଥମ ଓ ଦ୍ଵିତୀୟ ସେମିଷ୍ଟାରର ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ, ପ୍ରାଣୀବିଜ୍ଞାନ, ଉଦ୍ଭିଦବିଜ୍ଞାନ, ରାଜନୀତି ବିଜ୍ଞାନ, ଓଡ଼ିଆ, ଇତିହାସ, ଇଂରାଜୀ, ମନସ୍ତତ୍ତ୍ଵ ବିଜ୍ଞାନ, ବାଣିଜ୍ୟ ଓ ଅର୍ଥନୀତି ବିଷୟର କୋର ପେପରର ଇ-ଲେକ୍‌ଚର ପ୍ରସ୍ତୁତ କରାଯାଇ ୱେବ ପୋର୍ଟାଲରେ ଅପ୍‌ଲୋଡ କରାଯାଇଛି । ବାକି ସେମିଷ୍ଟାରର ଏହି ୧୧ଟି ବିଷୟରେ ଇ-ଲେକ୍‌ଚର ଯଥା ସମୟରେ ଅପ୍‌ଲୋଡ କରାଯିବ । ପରବର୍ତ୍ତୀ ସମୟରେ ଅନ୍ୟ ବିଷୟଗୁଡ଼ିକର ଇ-ଲେକ୍‌ଚର ପ୍ରସ୍ତୁତ କରାଯିବ ।

   Related Posts