Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୨୪୫୨ ଆକ୍ରାନ୍ତ, କିନ୍ତୁ ସଂକ୍ରମଣ ବୃଦ୍ଧିରେ ଲାଗୁନି ରୋକ୍‌
  • ||
  • କମ୍ବିଂ ବେଳେ ଏସ୍‌ଓଜି ଯବାନ-ମାଓବାଦୀ ମୁହାଁମୁହିଁ, ଗୁଳି ବିନିମୟରେ ମାଓବାଦୀ ମୃତ !
  • ||
  • ସାଲେପୁର : ଡାକ ଘରେ ଚାଲିଥିଲା ଭୋଜି ଭାତର ଆୟୋଜନ, ୩ ହଜାର ଟଙ୍କା ତଣ୍ଡ ଗଣିଲେ କର୍ମଚାରୀ
  • ||
  • ନୀଳଗିରି : ପୋଖରୀରେ ଗାଧୋଇବା ବେଳେ ଖସିଗଲା ଗୋଡ, ଚାଲିଗଲା ନାବାଳିକାଙ୍କ ଜୀବନ
  • ||
  • ସାନଖେମୁଣ୍ଡି : ବେଆଇନ ମଦ ବିକ୍ରିକୁ ନେଇ ଜନ ଅସନ୍ତୋଷ, ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ
  • ||
  • କର୍ଲାମୁଣ୍ଡା : ୨ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଲେ ରାଜସ୍ବ ନିରୀକ୍ଷକ
  • ||
  • ଆନନ୍ଦପୁର : ଯୁକ୍ତ ୨ ପରୀକ୍ଷା ବାତିଲ ଦାବିରେ ୨ଟି ମହାବିଦ୍ୟାଳୟ ଛାତ୍ରଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ଦୈନିକ ଲକ୍ଷେ ଟେଷ୍ଟ କରନ୍ତୁ ରାଜ୍ୟ ସରକାର – ବିଜୟ ମହାପାତ୍ର
  • ||
  • ଭୁବନେଶ୍ବର : ଓଡିଶାର ଚିହ୍ନଟ ହୋଇନି କରୋନାର ଟ୍ରିପଲ ମ୍ୟୁଣ୍ଟାଣ୍ଟ – ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ
  • ||
  • ଖୋର୍ଦ୍ଧା : ଅନଲାଇନ୍‌ରେ ପରୀକ୍ଷା ଅଥବା ବାତିଲ୍ ଦାବିରେ ଯୁକ୍ତ ୨ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ
  • ||

ବଢିଲା ଗ୍ରୀଷ୍ମ ପ୍ରବାହ: ମାର୍ଚ୍ଚ ପହିଲାରୁ ସକାଳୁଆ ସ୍କୁଲ

26/02/2021 at 7:00 PM

ଭୁବନେଶ୍ଵର ୨୬।୦୨: ଫେବୃଆରୀ ମାସ ନ ସରୁଣୁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଲାଣି। ରାଜ୍ୟର ଅନେକ ସହରରେ ତାପମାତ୍ର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏ ନେଇ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଗଣଶିକ୍ଷା ଅତିରିକ୍ତ ସଚିବ ଶୁକ୍ରବାର ଚିଠି ଲେଖିଛନ୍ତି।

ଚିଠି ଅନୁଯାୟୀ ନବମ ଏବଂ ଏକାଦଶ ଶ୍ରେଣୀ ପାଇଁ ସକାଳ ୭ଟାରୁ ୯ଟା ଯାଏଁ ସ୍କୁଲରେ ପାଠପଢା ହେବ। ସେହି ପରି ଦଶମ ଏବଂ ଦ୍ଵାଦଶ ପାଇଁ ସକାଳ ୯ଟାରୁ ଦିନ ୧ଟା ଯାଏ ସ୍କୁଲ ଖୋଲା ରହିବ। ଛାତ୍ର-ଛାତ୍ରୀଙ୍କୁ ସାଥୀରେ ପାଣି ବୋତଲ ଆଣିବାକୁ କୁହାଯାଇଛି। ଏଥିସହ ସ୍କୁଲ ଏବଂ କଲେଜ୍‌ରେ ଗୁଡିକରେ କରୋନା ସଂପର୍କିତ ନିୟମର ପାଳନ ମଧ୍ୟ ହେବ।

ସୂଚନାଯୋଗ୍ୟ, ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଏମିତି ରହିଛି ଯେ, ଫେବୃଆରୀ ଶେଷ ହେଉଣୁ ଅନେକ ସହରରେ ତାପମାତ୍ର ୩୭ ଡିଗ୍ରୀ ଉପରେ ରହିଛି। ଭୁବନେଶ୍ଵର ତ ତାପମାତ୍ରା ବୃଦ୍ଧିରେ ରେକର୍ଡ କରିଛି। ଗତ କେଇ ଦିନ ହେବ ରାଜଧାନୀରେ ତାପମାତ୍ର ୪୦ ଛୁଇଁଛି। ଏସକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସକାଳୁଆ ସ୍କୁଲ କରିବାକୁ ନିଷ୍ପତ୍ତି ନେଇଛନ୍ତି।

   Related Posts