Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ଆଣ୍ଡାମାନ ଦ୍ୱୀପରେ ଭୂମିକମ୍ପ ଝଟ୍‌କା, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୪.୨ ରେକର୍ଡ

13/07/2021 at 7:44 AM

ଆଣ୍ଡାମାନ, ୧୩/୦୭: ଆଣ୍ଡାମାନ ଦୀପ ଅଞ୍ଚଳରେ ଆଜି ରାତ୍ରୀ ୧.୪୪ ମିନିଟ୍‌ ସମୟରେ ଭୂକମ୍ପ ଝଟ୍‌କା ଅନୁଭୂତ ହେଇଛି । ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୪.୨ ରହିଥିବା ଜଣାପଡ଼ିଛି । ରାଷ୍ଟ୍ରୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଏନେଇ ସୂଚନା ଦେଇଛି । ବର୍ତ୍ତମାନ ଆଣ୍ଡାମାନ ଏବଂ ନିକୋବର ଦ୍ୱୀପ ପୁଞ୍ଜରେ କରୋନା ଏକ ପ୍ରକାର କମିଛି ।

ଏଥି ସହିତ, ୭ ଜୁଲାଇରେ ଆସାମର ଗୋଲପାରାଠାରେ ବୁଧବାର ସକାଳ ୮.୪୫ ରେ ଭୂକମ୍ପ ଅନୁଭୂତ ହୋଇଥିଲା। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ବା ରାଷ୍ଟ୍ରୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଏହାର ତୀବ୍ରତାକୁ ରିକ୍ଟର ସ୍କେଲରେ ୫.୩ ଦେଇଛି। ମେଘାଳୟ ଏବଂ ପଶ୍ଚିମବଙ୍ଗର କିଛି ଅଞ୍ଚଳରେ ମଧ୍ୟ କମ୍ପନ ଅନୁଭୂତ ହୋଇଛି। ବୁଧବାର ସକାଳ ପ୍ରାୟ ୮.୪୫ରେ ମେଘାଳୟରେ ୫.୨ ମ୍ୟାଗ୍ନିଚ୍ୟୁଡର ଭୂକମ୍ପ ଘଟିଥିଲା। ଦାର୍ଜିଲିଂ ଏବଂ କୁଚ ବିହାରା ସମେତ ଉତ୍ତର ବଙ୍ଗର କିଛି ଅଂଶରେ କମ୍ପନ ଅନୁଭୂତ ହୋଇଥିଲା।

ସୂଚନାନୁସାରେ, କେନ୍ଦ୍ର ଶାସିତ ଅଞ୍ଚଳରେ କୋଭିଡ୍ -୧୯ରେ ୭,୪୯୨ ଜଣ ବ୍ୟକ୍ତି କରୋନାରେ ସଂକ୍ରମିତ ହୋଇଛନ୍ତି । ସେଥିମଧ୍ୟରୁ ୧୧ ଜଣ ରୋଗୀ ଚିକିତ୍ସିତ ହେଉଥିବାବେଳେ ୭୩୫୨ ଜଣ ଲୋକ ଏଥିରୁ ସୁସ୍ଥ ହୋଇଛନ୍ତି ଏବଂ ୧୨୯ ଜଣ ଲୋକଙ୍କର ଏଥିରେ ମୃତ୍ୟୁ ହୋଇଛି। ପ୍ରଶାସନ ଏପର୍ଯ୍ୟନ୍ତ କୋଭିଡ-୧୯ ପାଇଁ ୪.୧୮ ଲକ୍ଷରୁ ଅଧିକ ନମୁନା ପରୀକ୍ଷା କରିଛି । ଯେଉଁଥିରେ ସଂକ୍ରମଣ ହାର ୧.୭୯ ପ୍ରତିଶତ ରେକର୍ଡ କରାଯାଇଛି। ଏପର୍ଯ୍ୟନ୍ତ ୨.୨୫ ଲକ୍ଷରୁ ଅଧିକ ଲୋକଙ୍କୁ ଟୀକାକରଣ କରାଯାଇଛି ।

   Related Posts