Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲିଙ୍ଗରାଜ ମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ବହୁ ସେବାୟତ କୋଭିଡ୍‌ ପଜିଟଭ୍‌ ଚିହ୍ନଟ
  • ||
  • କେକେଆରକୁ ୨୦୫ ରନ୍‌ର ବିଜୟ ଲକ୍ଷ ଦେଲା ଆରସିବି
  • ||
  • କରୋନା ଯୋଗୁଁ ପଶ୍ଚିମବଙ୍ଗରେ ନିଜର ସବୁ ରାଲି ବାତିଲ କଲେ ରାହୁଲ ଗାନ୍ଧୀ: ସୋସିଆଲ ମିଡ଼ିଆରେ ହେଉଛି ପ୍ରଶଂସା
  • ||
  • ଏପ୍ରିଲରେ ଭୟାବହ ରୂପ ନେଇଛି କରୋନା: ୧୮ ଦିନରେ ୨୬ ଲକ୍ଷରୁ ଅଧିକ ମାମଲା
  • ||
  • ଦାରିଙ୍ଗବାଡ଼ି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣାଗ୍ରସ୍ତ : ନାବାଳକ ମୃତ, ୨ ଗୁରୁତର
  • ||
  • JEE ମେନ୍‌ ୨୦୨୧ ସ୍ଥଗିତ, ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ନେସନାଲ୍ ଟେଷ୍ଟିଂ ଏଜେନ୍ସିର ନିଷ୍ପତ୍ତି
  • ||
  • କରୋନା ସଂକ୍ରମଣ ଚିନ୍ତା, ଆଗୁଆ ପଦକ୍ଷେପ : ୪ରୁ ୫ ଗୁଣ ବଢିବ ବେଡ୍ ସଂଖ୍ୟା
  • ||
  • ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ, ୧୯୪୪ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ମିଳିଲାନି ଅମ୍ଳଜାନ, ଜୀବନ ହାରିଲେ ୬ କରୋନା ଆକ୍ରାନ୍ତ
  • ||
  • ଜୟପୁର ସବ୍ ଜେଲରେ ରେଡ୍, ଏସ୍‌ପି ଓ ଉପ ଜିଲ୍ଲାପାଳ ସାମିଲ
  • ||

ପେଟ୍ରୋଲ ପମ୍ପମାନଙ୍କରୁ ମୋଦିଙ୍କ ହୋର୍ଡିଂ ହଟାଇବାକୁ ନିର୍ଦ୍ଦେଶ, EC କହିଲେ ନିର୍ବାଚନ ଆଚରଣ ସଂହିତାର ଉଲ୍ଲଂଘନ

3/03/2021 at 10:46 PM

ନୂଆଦିଲ୍ଲୀ ୩।୩:  ନିର୍ବାଚନ କମିଶନ (ଇସି) ବିଧାନସଭା ନିର୍ବାଚନ ଘୋଷିତ ୫ ରାଜ୍ୟରେ କେନ୍ଦ୍ର ସରକାରଙ୍କ ପ୍ରାୟୋଜିତ ଯୋଜନା ବିଜ୍ଞାପନ ଫଳକ ହଟାଇବାକୁ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ଏଥିରେ ପେଟ୍ରୋଲ ପମ୍ପମାନଙ୍କରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହୋର୍ଡିଂ ହଟାଇବାକୁ ମଧ୍ୟ ନିର୍ଦ୍ଦେଶ ଜାରି ହୋଇଛି।  ଏଥିଲାଗି ଇସି ୭୨ ଘଣ୍ଟା ସମୟ ଦେଇଛନ୍ତି।

ସେହିପରି ନିର୍ବାଚନ ଘୋଷିତ ରାଜ୍ୟମାନଙ୍କର ସୁରକ୍ଷା ଲାଗି ମଧ୍ୟ ଇସି ପ୍ରାଥମିକତା ଦେଇଛନ୍ତି। ଏଣୁ ନିର୍ବାଚନ ଘୋଷିତ ରାଜ୍ୟର ନିର୍ବାଚନ ଅଧିକାରୀ  ରାଜ୍ୟ ପୋଲିସ ନୋଡାଲ ଅଫିସର ଓ କେନ୍ଦ୍ରୀୟ ସଶସ୍ତ୍ର ସୁରକ୍ଷା ବଳଙ୍କୁ ନେଇ ଏକ କମିଟି ଗଠନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି କମିଟି ସମନ୍ୱୟ ରକ୍ଷା କରି ନିର୍ବାଚନ ସୁରକ୍ଷା ଯୋଜନା କରିବେ ବୋଲି ଇସି କହିଛନ୍ତି। କମିଟିଙ୍କ ନିଷ୍ପତ୍ତି ଅନୁସାରେ ରାଜ୍ୟ ଓ ତଥା କେନ୍ଦ୍ରୀୟ ସୁରକ୍ଷା ବଳଙ୍କ ମୁତୟନ ହେବ।

କେନ୍ଦ୍ର ନିର୍ବାଚନ ଆୟୋଗ ଗତ ଫେବୃଆରୀ ୨୬ ତାରିଖରେ ଗୋଟିଏ କେନ୍ଦ୍ର ଶାସିତ ରାଜ୍ୟ ସମେତ ମୋଟ ୫ଟି ରାଜ୍ୟର ବିଧାନସଭା ନିର୍ବାଚନ ଲାଗି କାର୍ଯ୍ୟସୂଚୀ ଘୋଷଣା କରିଥିଲେ। ଏଥିରେ ଆସାମ, କେରଳ, ପୁଡୁଚେରୀ, ତାମିଲନାଡୁ ଓ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଲାଗି ତାରିଖ ଘୋଷଣା ହୋଇଥିଲା। ସେହି ଦିନଠାରୁ ନିର୍ବାଚନ ଘୋଷିତ ରାଜ୍ୟରେ ଆଦର୍ଶ ଆଚରଣ ସଂହିତା ମଧ୍ୟ ଲାଗୁ କରିଥିଲେ ଇସି।

   Related Posts