Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ମାଟ୍ରିକ୍ ବାତିଲ ପରେ ଯୁକ୍ତ ୨ ପରୀକ୍ଷାକୁ ନେଇ ଦ୍ବନ୍ଦ୍ବ : ଗଣଶିକ୍ଷା ମନ୍ତ୍ରୀ କହିଲେ କରୋନା ସ୍ଥିତି ଦେଖି ନିଆଯିବ ନିଷ୍ପତ୍ତି

22/04/2021 at 1:10 PM

ଭୁବନେଶ୍ବର ୨୨।୪: କରୋନା ପାଇଁ ମାଟ୍ରିକ୍ ପରୀକ୍ଷା ବାତିଲ ପରେ ଯୁକ୍ତ ୨ ପରୀକ୍ଷାକୁ ନେଇ ଦ୍ବନ୍ଦ୍ବ ଲାଗିରହିଛି । ଏହି ସମୟରେ ଯୁକ୍ତ ଦୁଇ ପରୀକ୍ଷାକୁ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ପରିସ୍ଥିତି ଦେଖି ନିଷ୍ପତ୍ତି ନିଆଯିବ । ବିଭାଗ ତତ୍ପର ରହିଛି । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନିଆଯିବ । ଜୁନ୍ ୧ ବେଳକୁ କୋଭିଡ୍ ବାତାବରଣ ଦେଖି ନିଷ୍ପତ୍ତି ନିଆଯିବ । ସେ ଆହୁରି କହିଛନ୍ତି ଯେ, ଯୁକ୍ତ ଦୁଇ ଛାତ୍ରଛାତ୍ରୀ  ନିୟମିତ ପାଠ ପଢିବା ଦରକାର । ତାଙ୍କ ପାଠ ତାଙ୍କ ପାଖରେ ରହିବ । ମାଟ୍ରିକ୍ ପରୀକ୍ଷା ବନ୍ଦ ହେବା ନେଇ ପିଲାଙ୍କ ଇଚ୍ଛା ନଥିଲା । ମାଟ୍ରିକ ପରୀକ୍ଷା ପାଇଁ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା । କୋଭିଡ୍ ଅବସ୍ଥା ପାଇଁ ପରୀକ୍ଷା ବାତିଲ କରିବାକୁ ବାଧ୍ୟ ହେଲୁ ବୋଲି ଗଣଶିକ୍ଷା ମନ୍ତ୍ରୀ  କହିଛନ୍ତି ।

ଉଲ୍ଲେଖଯୋଗ୍ୟ ଯେ, ସିବିଏସଇ ମାଟ୍ରିକ୍ ପରୀକ୍ଷା ବାତିଲ କରିବା ପରେ ଗତ ବୁଧବାର ଭୁବନେଶ୍ବର ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଆନ୍ଦୋଳନକୁ ଓହ୍ଲାଇ ଥିଲେ।  ସଂକ୍ରମଣ ବଢୁଥିବାରୁ ପରୀକ୍ଷା ବାତିଲ କରିବା ପାଇଁ ଛାତ୍ରମାନେ ଦାବି କରିଥିଲେ।  ଏହାପରେ ମାଟ୍ରିକ୍ ଏବଂ ମଦ୍ରସା ବୋର୍ଡ ପରୀକ୍ଷାକୁ ବାତିଲ କରିଥିଲେ ସରାକର ।  ଏନେଇ ବିଧିବଦ୍ଧ ଭାବେ ଘୋଷଣା କରିଥିଲେ ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।  କୋଭିଡ୍ ମହାମାରୀ ଅତ୍ୟଧିକ ସଂକ୍ରମଣ ବୃଦ୍ଧି ଆଖି ଆଗରେ ରଖି ମାଟ୍ରିକ୍ ପରୀକ୍ଷା ବାତିଲ କରିଥିଲେ ।

   Related Posts