Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • SCBରୁ ଗ୍ୟାଙ୍ଗଷ୍ଟାର ହାଇଦର୍‌ ଫେରାର ଘଟଣା, ୬ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଭଦ୍ରକ : ବସକୁ ପିଟିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଚଣ୍ଡିଖୋଲ : ଧକ୍କା ଦେଲା ଟ୍ରକ୍, ଜୀବନ ହାରିଲେ ସ୍ୱାମୀ-ସ୍ତ୍ରୀ, ଝିଅ ଗୁରୁତର
  • ||
  • ମାନିଲେନି କଟକଣା : ଭୁବନେଶ୍ୱର ୪ ନମ୍ୱର ମାର୍କେଟରେ ପୋଲିସର ଚଢାଉ, ଫାଇନ ଦେଲେ ଦୋକାନୀ
  • ||
  • ବଡ଼ବିଲ : ଅଗ୍ନିକାଣ୍ଡରେ ଜଳିଗଲା ୪ଟି ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||
  • ଓଡିଶାରେ ସାଙ୍ଘାତିକ ସ୍ଥିତିରେ କରୋନା, ୨୪ ଘଣ୍ଟାରେ ୧୩୭୯ ପଜିଟିଭ୍ ଚିହ୍ନଟ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||
  • ବଢିଲା ସଂକ୍ରମଣ, ୭ ଦିନ ପାଇଁ ଏହି ଅଞ୍ଚଳକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା
  • ||
  • ଆଜିଠୁ ଟିକା ଉତ୍ସବ, ୧୪ ଯାଏ କରୋନା ମହାମାରୀ ମୁକାବିଲା ଲାଗି ଚାଲିବ ଦେଶବ୍ୟାପୀ
  • ||

ଅଣାୟତ୍ତ କରୋନା ସଂକ୍ରମଣ, ନବମ ଏବଂ ଏକାଦଶ ଶ୍ରେଣୀର ଛାତ୍ରଛାତ୍ରୀ ବିନା ପରୀକ୍ଷାରେ ପାସ୍‌

7/04/2021 at 5:00 PM

ମୁମ୍ବାଇ ୭/୪:  ଦେଶରେ ପୁଣି ଥରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟାରେ ଦେଶରେ ୧.୧୫ ଲକ୍ଷରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମହାରାଷ୍ଟ୍ରରେ ଲଗାତାର ସ୍ଥିତି ବିଗୁଡ଼ିଛି। କରୋନା ମହାମାରୀ ପ୍ରଭାବ ଶିକ୍ଷା ବିଭାଗ ଉପରେ ପଡ଼ିଛି। ଗତବର୍ଷ ପାଠ ପଢ଼ାରେ କରୋନା ଗ୍ରହଣ ଲାଗିଥିବା ବେଳେ ପୁଣି ୨୦୨୧ରେ ଛାତ୍ରଛାତ୍ରୀଙ୍କ ଚିନ୍ତା ବଢ଼ାଇଛି ସଂକ୍ରମଣ ।

କରୋନା ସଂକ୍ରମଣକୁ ନଜରରେ ରଖି ରାଜ୍ୟ ସରକାର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ବିନା ପରୀକ୍ଷାରେ ନବମ ଏବଂ ଏକାଦଶ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ପାସ କରାଇବାକୁ ସରକାର ନିର୍ଦେଶ ଦେଇଥିବା ଜଣାପଡ଼ିଛି। ଏହା ପୂର୍ବରୁ ଶନିବାର  ଦିନ ଶିକ୍ଷା ମନ୍ତ୍ରୀ ବର୍ଷା ଗାୟକଓ୍ବାଡ୍‌ ପ୍ରଥମରୁ ଅଷ୍ଟମ ଶ୍ରେଣୀର ପିଲାଙ୍କୁ ବିନା ପରୀକ୍ଷାରେ ପରବର୍ତ୍ତୀ କ୍ଲାସକୁ ଉନ୍ନିତ କରିବାକୁ ଘୋଷଣା କରିଥିଲେ।

ଏବେ କେବଳ ଦଶମ ଏବଂ ଦ୍ବାଦଶ ବୋର୍ଡ ପରୀକ୍ଷା ଅଫଲାଇନ୍‌ରେ ଆୟୋଜିତ ହେବ। ଏନେଇ ଟାଇମ୍‌ ଟେବଲ୍‌ ଖୁବଶୀଘ୍ର ଘୋଷଣା କରାଯିବ ବୋଲି ଜଣାପଡ଼ିଛି। ନୂଆ ସଂକ୍ରମିତ ମାମଲାରେ ଏବେ ମହାରାଷ୍ଟ୍ର ବିଶ୍ବର ତୃତୀୟ ନମ୍ବର ସ୍ଥାନରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ରାଜ୍ୟରୁ ୫୫ ହଜାର ୪୬୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ସହ ୨୯୭ ଆକ୍ରାନ୍ତଙ୍କ ଜୀବନ ଯାଇଥିବା ଜଣାପଡ଼ିଛି।

   Related Posts